ପାଟଣା,୧୮ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ସାରା ଦେଶରେ ଲକ୍ ଡାଉନ ଜାରି ରହିଛି। ଏଭଳି ପରିସ୍ଥିତିରେ କଳକାରଖାନା, ନିର୍ମାଣ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିବାରୁ ଖଟିଖିଆ, ଦିନମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଚୁଲି ଜଳିବା କଷ୍ଟକର ହୋଇ ପଡ଼ିଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଆର୍ଥିକ ସହାୟତା ସେମାନଙ୍କ ଜୀବନରେ ଆଶା ସଂଚାର କରିଛି। କେନ୍ଦୁଝର ଜିଲାରେ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ରାଜ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ମୋଟ ୧୯୯୫୮ ଜଣଙ୍କୁ ୧୫ ଶହ ଟଙ୍କା ଲେଖାଏଁ କରୋନା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଏନେଇ ଜିଲା ଶ୍ରମ ଅଧିକାରୀ ଅଜୟ କୁମାର ପରିଡ଼ା ସୂଚନା ଦେଇଛନ୍ତି। ଅନୁରୂପ ଭାବେ ପାଟଣା ବ୍ଲକର ୨୦ଟି ପଞ୍ଚାୟତର ମୋଟ ୮୩୨୭ ନିର୍ମାଣ ଶ୍ରମିକଙ୍କ ମଧ୍ୟରୁ ୫୬୯୦ ଜଣଙ୍କୁ ୧୫ଶହ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବ୍ଲକ ସମାଜ ମଙ୍ଗଳ ଅଧିକାରୀ ଶୁଭେନ୍ଦୁ ବଳ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍ପି
ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ
ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...
ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି
କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...
Archives


