Posted inଜାତୀୟ

୬ କ୍ୟାବିନେଟ କମିଟିରେ ରାଜନାଥ

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ପ୍ରକାଶ କରିଥିବା କ୍ୟାବିନେଟ କମିଟି ସମ୍ପର୍କିତ ବିଜ୍ଞପ୍ତିରେ ପରିବର୍ତ୍ତନ କରିଛନ୍ତି। ଗୁରୁବାର ପ୍ରକାଶିତ ବିଜ୍ଞପ୍ତିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ମାତ୍ର ୨ଟି କ୍ୟାବିନେଟ କମିଟିରେ ସଦସ୍ୟ ରଖାଯାଇଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ସମସ୍ତ ୮ଟି କମିଟିରେ ନିଆଯାଇଥିଲାା ଏହାକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ହେବା ପରେ ସରକାର ଶୁକ୍ରବାର ବିଜ୍ଞପ୍ତିରେ ସଂଶୋଧନ କରି ରାଜନାଥଙ୍କୁ ରାଜନୈତିକ ବ୍ୟାପାର, ସଂସଦୀୟ ବ୍ୟାପାର ସମେତ ନୂଆ ଗଠନ ହୋଇଥିବା ପୁଞ୍ଜିନିବେଶ ଓ ନିଯୁକ୍ତି ବୃଦ୍ଧି ସମ୍ପର୍କିତ କ୍ୟାବିନେଟ କମିଟିରେ ସାମିଲ କରିଛନ୍ତି। ପୂର୍ବ ବିଜ୍ଞପ୍ତିରେ ରାଜନାଥ କେବଳ ସୁରକ୍ଷା ଏବଂ ଆର୍ଥତ୍କ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟିରେ ସ୍ଥାନ ପାଇଥିଲେ। ଅନ୍ୟପକ୍ଷରେ ରାଜନାଥ ସିଂ ମନ୍ତ୍ରୀପଦ ଛାଡ଼ିବାକୁ ଧମକ ଦେବାରୁ ତାଙ୍କୁ ୬ଟି କ୍ୟାବିନେଟ କମିଟିରେ ନିଆଗଲା ବୋଲି ପ୍ରକାଶ ପାଇଥିବା ଖବରକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଖଣ୍ଡନ କରାଯାଇଛି।
ଭାଜପା ଅଧ୍ୟକ୍ଷ ଶାହ ୮ଟି କମିଟିରେ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ଟି କମିଟିରେ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୭ଟିରେ ଏବଂ ବାଣିଜ୍ୟ ଓ ରେଳମନ୍ତ୍ରୀ ପୀୟୂଷ ଗୋୟଲ ୫ଟି କମିଟିରେ ସଦସ୍ୟ ଅଛନ୍ତି। ପୂର୍ବ ସରକାରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଥିବା ରାଜନାଥ ଦୁଇଥର ଭାଜପା ଅଧ୍ୟକ୍ଷ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ଥିଲେ। ନୂଆ ସରକାରରେ ତାଙ୍କୁ ରାଜନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟିରେ ନିଆଯାଇ ନ ଥିବା ଜଣାପଡିିବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri