Posted inଜାତୀୟ

୬ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୪ା୧(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ନୂଆ ସରକାର ଦାୟିତ୍ୱ ଗ୍ରହଣକରିବା ପରେ ମାଓବାଦୀମାନେ ସେମାନଙ୍କ ଅସଲ ରୂପ ଦେଖାଇଛନ୍ତି। ହଜାରିବାଗ୍‌ ଜିଲା କରିଗରା ନଦୀକୂଳରେ ପୋଲ ନିର୍ମାଣ କାର୍ଯ୍ୟ କରୁଥିବା ଏକ ଘରୋଇ କମ୍ପାନୀର ୬ଟି ଗାଡ଼ିକୁ ସେମାନେ ପୋଡ଼ିଦେଇଛନ୍ତି। ପ୍ରାୟ ୨୫ଜଣ ସଶସ୍ତ୍ର ମାଓବାଦୀ ସେଠାରେ ପହଞ୍ଚି ନିର୍ମାଣ କମ୍ପାନୀକୁ ୮ କୋଟି ଟଙ୍କା ବଟି ମାଗିଥିଲେ। ଦାଦାବଟି ଦେବାକୁ ମନାକରାଯିବାରୁ ମାଓବାଦୀମାନେ ଏଭଳି ପୋଡ଼ାଜଳା କରିଥିବା ପୋଲିସ କହିଛି। ଗତ ନଭେମ୍ବର ୨୨ରେ ପ୍ରାୟ ୧୫ ସଶସ୍ତ୍ର ମାଓବାଦୀ ଉକ୍ତି ନିର୍ମାଣ କମ୍ପାନୀ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ। ସେଠାରେ କାର୍ଯ୍ୟରତ ଶ୍ରମିକଙ୍କୁ ମାଡ଼ମାରି ସେମାନଙ୍କ ମୋବାଇଲ ନେଇଯାଇଥିଲେ। ଘରୋଇ କମ୍ପାନୀ ପକ୍ଷରୁ ୧୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ସେଠାରେ ପୋଲ ନିର୍ମାଣ କରାଯାଉଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ୨୦୧୯ରେ ନିର୍ମାଣ କାର୍ଯ୍ୟରେ ନିୟୋଜିତ ମୋଟ ୬୦ ଗାଡ଼ିକୁ ମାଓବାଦୀମାନେ ପୋଡ଼ିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri