୬ ଗୃହପାଳିତ ପ୍ରାଣୀଙ୍କ ଲାଗି ୯ ଲକ୍ଷ ୬୦ ହଜାରରେ ବିମାନ ବୁକ୍‌ କଲେ ମାଲିକ

ନୂଆଦିଲ୍ଲୀ, ୬।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଜଣେ ମାଲିକ ନିଜ ଗୃହପାଳିତ ପ୍ରାଣୀଙ୍କୁ ଦିଲ୍ଲୀରୁ ମୁମ୍ବାଇ ଆଣିବା ଲାଗି ୯ ଲକ୍ଷ ୬୦ ହଜାର ଟଙ୍କାର ଏକ ବିମାନ ବୁକ୍‌ କରିଛନ୍ତି। ଜୁନ୍‌ ଦ୍ୱିତୀୟ ସପ୍ତାହରେ ଉଡ଼ାଣ କରିବ। ୨୫ ବର୍ଷ ବୟସ୍କା ଦୀପିକା ସିଂ ଦିଲ୍ଲୀରେ ଥିବା ତାଙ୍କ ଗୃହପାଳିତ ପ୍ରାଣୀଙ୍କୁ ମୁମ୍ବାଇ ଆଣିବା ଲାଗି ବିମାନର ୬ଟି ସିଟ୍‌କୁ ଲକ୍ଷେ ୬୦ ହଜାର ଟଙ୍କା ଲେଖାଏଁ ଦେଇ ବୁକ୍‌ କରିଛନ୍ତି। ଦୀପିକା ସାଇବର ସିକ୍ୟୁରିଟି ରିସର୍ଚ୍ଚର ଭାବେ କାମ କରିଥାନ୍ତି। ଏହି ବିମାନଟି କୁକୁର, ବିଲେଇ, ପକ୍ଷୀ ଆଦିଙ୍କ ନେବା କାମରେ ବ୍ୟବହୃତ ହୋଇଥାଏ। ଏନେଇ ଏକ୍ରିଶନ ଆଭିଏଶନ୍‌ର ମାଲିକ ରାହୁଲ ମୁଚ୍ଛଲ କହିଛନ୍ତି ଯେ, କରୋନା ମହାମାରୀ ସଙ୍କଟ ସମୟରେ ଗୃହପାଳିତ ପ୍ରାଣୀଙ୍କୁ ସୁରକ୍ଷିତ ଭାବେ ନେବା ଆଣିବା ଲାଗି ବିମାନକୁ ବ୍ୟବହାର କରାଯାଉଛି। ବିମାନରେ ପ୍ରବେଶ ପୂର୍ବରୁ ପ୍ରାଣୀଙ୍କ ପରୀକ୍ଷା କରାଯିବ ଏବଂ ସେମାନଙ୍କୁ ପିଞ୍ଜରାରେ ଭର୍ତ୍ତି କରାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?