୬ ଜିଲାକୁ ଛାଡ଼ି ସବୁଠି ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟର ଅଧିକାଂଶ ଜିଲାରେ ପ୍ରବେଶ କରିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳକୁ ବାଦ୍‌ ଦେଲେ ଅନ୍ୟ ସବୁଠି ମୌମୁସୀ ସକ୍ରିୟ ହେଉଛି। ପାଗ ଅନୁକୂଳ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ଗଜପତି, ରାୟଗଡ଼ା ଏବଂ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସମୟରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଅନୁଗୋଳ ଓ ବାଲେଶ୍ୱରର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅପରପକ୍ଷେ ମୌସୁମୀ ପ୍ରବେଶ କରିବା ସତ୍ତ୍ୱେ ରାଜ୍ୟରେ ଭଲ ବର୍ଷା ହେଉନାହିଁ। ଲଘୁଚାପ ଦୁର୍ବଳ ରହୁଥିବାରୁ ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ତେବେ ଆସନ୍ତା ୧୭ ତାରିଖରୁ ରାଜ୍ୟରେ ବର୍ଷା ବଢିବ। ୧୭ରୁ ୨୧ ଯାଏ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୨୨.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି କଟକରେ ୧୪.୮, ଭୁବନେଶ୍ୱରରେ ୧୧.୯, ବାରିପଦାରେ ୩୭, ଝାରସୁଗୁଡାରେ ୨୭, କେନ୍ଦୁଝରରେ ୭.୪, ସମ୍ବଲପୁରରେ ୯.୬, ମାଲକାନଗିରିରେ ୫୪.୨, ଟିଟିଲାଗଡ଼ରେ ୨୯, ପାରଳାଖେମୁଣ୍ଡିରେ ୬୫, ରାୟଗଡ଼ାରେ ୧୩, ଛତ୍ରପୁରରେ ୧୩ ଏବଂ ଦାରିଙ୍ଗବାଡିରେ ୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri