୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୫ (ବ୍ୟୁରୋ): ମେ ଶେଷ ହେଲା। ଖରାଦିନିଆ ଝାଞ୍ଜି ନାହିଁ କି ଦେହ ଜଳିପୋଡ଼ି ଗଲାଭଳି ତାତି ନାହିଁ। ପୂର୍ବାହ୍ନରେ ସାମାନ୍ୟ ଗରମ ହେଲେ ମଧ୍ୟ ଅପରାହ୍ନରେ ଝଡ଼ବର୍ଷା ପରିବେଶକୁ ଶୀତଳତାରେ ଭରି ଦେଉଛି। ଚଳିତ ବର୍ଷ ଏଭଳି ପାଗ ରହିିବ। ଗ୍ରୀଷ୍ମ ପ୍ରକୋପ ଆଉ ସେତେ ବଢ଼ିବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଉଛନ୍ତି।
ଚଳିତ ବର୍ଷ ସ୍ବାଭାବିକ ଜଳବାୟୁରେ କିଛିମାତ୍ରାରେ ପରିବର୍ତ୍ତନ ହୋଇଛି। ମାର୍ଚ୍ଚରୁ ଜୁନ୍‌ ମଧ୍ୟରେ ରାଜ୍ୟକୁ ସାଧାରଣତଃ ଉତ୍ତର-ପୂର୍ବ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ ହୋଇଥାଏ। ଏଥିଯୋଗୁ ଉତ୍ତର ଭାରତ ସମେତ ଓଡ଼ିଶାରେ ମଧ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥାଏ। ତେବେ ଚଳିତ ବର୍ଷ ଭୂପୃଷ୍ଠରୁ ୧୨ କି.ମି. ଉପରେ ଉତ୍ତର-ପଶ୍ଚିମ ଦିଗରୁ ଉଷ୍ମବାୟୁ ଘଣ୍ଟାକୁ ୧୫୦ କି.ମି. ବେଗରେ ବହୁଛି। ଅନ୍ୟପକ୍ଷରେ ଭୂପୃଷ୍ଠର ୩.୧ କି.ମି. ଉପରେ ଦକ୍ଷିଣ-ପଶ୍ଚିମ ଦିଗରୁ ଜଳୀୟବାଷ୍ପ ଭରା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଚଳିତ ବର୍ଷ ଅଧିକମାତ୍ରାରେ କାଳବୈଶାଖୀ ବା ଝଡ଼ବର୍ଷା ହେଉଛି। ବିଶେଷକରି ରାଜ୍ୟର ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ଲଗାତର ଝଡ଼ବର୍ଷା ହେଉଛି। ପବନର ବେଗ ୪୦ରୁ ୫୦ କି.ମି. ହେବା ସହିତ ପ୍ରବଳ ବର୍ଷା ହେଉଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେଉଛି। ଏଥିଯୋଗୁ କେବଳ ଓଡ଼ିଶା ନୁହେଁ ସମଗ୍ର ଦେଶରେ ତାତି ଅନୁଭୂତ ହେଉନାହିଁ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ଭଦ୍ରକ ଏବଂ ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଝାରୁସୁଗୁଡ଼ା, ଅନୁଗୋଳ, କଳାହାଣ୍ଡି ଏବଂ ବୌଦ୍ଧ ଜିଲା ସମେତ ରାଜ୍ୟର ଅନ୍ୟାନ୍ୟ ଭାଗରେ ମଧ୍ୟ ଝଡ଼ବର୍ଷା ହେବ। ଏହି ସବୁ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ରହିବ ବାଲି ଅନୁମାନ କରାଯାଇଛି। ଅନ୍ୟପକ୍ଷରେ ଝଡ଼ବର୍ଷା ଯୋଗୁ ରାଜ୍ୟର ବିିଭିନ୍ନ ଅଞ୍ଚଳରେ ତାତି ହ୍ରାସ ପାଇଛି। ମିଳିଥିବା ସୂଚନା ଅନୁଯାୟୀ ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୨ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ତାଳଚେର ୪୧.୪ ଏବଂ ଭବାନୀପାଟଣାରେ ୪୦.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri