୬ ଜିଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟର ୬ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଏହା ସହିତ ଉକ୍ତ ତାଲିକାରେ ଆଉ ୨ଟି ଜିଲା ହସ୍ପିଟାଲକୁ ସାମିଲ କରାଯିବା ଲାଗି ବିଚାରବିମର୍ଶ ଚାଲିଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି। ଓଡ଼ିଶାର ବଲାଙ୍ଗୀର, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ରାୟଗଡ଼ା ଆଦି ୧୦ ଜିଲା ମଧ୍ୟରୁ ୬ଟିରେ ମେଡିକାଲ କଲେଜ କରାଯିବ। କେଉଁ ୬ ଜିଲାରେ ମେଡିକାଲ କଲେଜ ହେବ ତାହା କେନ୍ଦ୍ର ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ଜଣାପଡ଼ିଛି।
ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ବୁଧବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଯୋଗଦେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି ଯେ, ସମଗ୍ର ଦେଶର ୭୫ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜ କରାଯିବ। ଆସନ୍ତା ୪ରୁ ୫ ମାସ ମଧ୍ୟରେ ୪୯ଟି ମେଡିକାଲ କଲେଜ କାର୍ଯ୍ୟ ସମ୍ପୂର୍ଣ୍ଣ କରିଦିଆଯିବ। ସେହିପରି ୫ରୁ ୬ ବର୍ଷ ମଧ୍ୟରେ ଓଡ଼ିଶାର ୬ଟି ଯାକ ହସ୍ପିଟାଲରେ ମେଡିକାଲ କଲେଜ କାମ ଶେଷ ହୋଇଯିବ। ଓଡ଼ିଶାର ଆଉ ୨ଟି ହସ୍ପିଟାଲରେ ମଧ୍ୟ ମେଡିକାଲ କଲେଜ କରିବା ପାଇଁ ଆବେଦନ ହୋଇଛି। ଆଗକୁ ସିଲେକ୍ସନ କମିଟି ସେନେଇ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।
ସେହିପରି ଓଡ଼ିଶାର ଗରିବ ଲୋକଙ୍କୁ ମାଗଣା ଚିକିତ୍ସା ଦେବା ଲାଗି ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟରେ ଲାଗୁ କରିବା ପାଇଁ ହର୍ଷବର୍ଦ୍ଧନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି। ପୂର୍ବରୁ ରାଜ୍ୟ ସରକାର ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟରେ ଲାଗୁ ନ କରି ନିଜସ୍ବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି। ହେଲେ ନିକଟରେ କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ଯୋଜନାକୁ କାଳିଆ ସହ ମିଶାଯିବା ପରେ ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟ ସରକାର ଆପଣେଇ ପାରନ୍ତି ବୋଲି କୁହାଯାଉଛି। ଅନ୍ୟପକ୍ଷରେ ବିଜେଡି ଏନେଇ ତର୍ଜମା ଚାଲିଥିବା କହିଥିବାବେଳେ ଏହି ବିଷୟକୁ ସମ୍ପୂର୍ଣ୍ଣ ଏଡାଇ ଦେଇନାହିଁ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମତ ଉପରେ ପ୍ରତିକ୍ରିୟା ପ୍ରକାଶ କରି ବିଜେଡି ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ କହିଛନ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆୟୁଷ୍ମାନ୍‌ ଭାରତ ଯୋଜନା ସମ୍ପୂର୍ଣ୍ଣ ଅଲଗା। ଉଭୟ ଯୋଜନାର ମିଶ୍ରଣକୁ ନେଇ ଆଲୋଚନା ଚାଲିଛି। ଦୁଇଟି ଯାକ ଯୋଜନାର ଭିନ୍ନଭିନ୍ନ ବ୍ୟବସ୍ଥା ଓ ଗାଇଡଲାଇନ ରହିଛି। ତେଣୁ ଏହାକୁ ନେଇ ବିଚାର ଚାଲିଥିବା ଅମର କହିଛନ୍ତି। ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ, କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri