ଫୁଲବାଣୀ ଅଫିସ, ୪ା୮ -ଫୁଲବାଣୀ ଟାଉନ ଥାନା ପୋଲିସ ପରି-୩ର କାର୍ଯ୍ୟକ୍ରମରେ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରିଛି ା ଏହି କ୍ରମରେ ଫୁଲବାଣୀ ପୌର ପରିଷଦ ଅଞ୍ଚଳର କୁମ୍ଭାରପଡ଼ାରେ ଏକ ବେଆଇନ ଚାଇଲ୍ଡ ହୋମ(ଗ୍ରେସ୍ ଇଣ୍ଡିଆ) ଚାଲୁଥିବା ଖବର ପାଇ ଚଢାଉ କରିଥିଲା। ସେଠାରୁ ୬ ନାବାଳିକା ସମେତ ୨୦ ନାବାଳିକଙ୍କୁ ଉଦ୍ଧାର କରି ସିଡବ୍ଲ୍ୟୁସିରେ ହାଜର କରିଛି। ଏହି ଚାଇଲ୍ଡ ହୋମର ମାଲିକ ହେଉଛନ୍ତି କନ୍ଧମାଳ ଜିଲା ପାବୁରିଆର ପ୍ରତାପ ଦିଗାଲ ବୋଲି ଥାନାଧିକାରୀ ଜୀବନାନନ୍ଦ ଜେନା ସୂଚନା ଦେଇଛନ୍ତି। ସୂଚନା ପ୍ରକାରେ ଏହି ଗ୍ରେସ ଇଣ୍ଡିଆ ଚାଇଲ୍ଡ ହୋମ ଦୀର୍ଘ ୨ବର୍ଷ ଧରି ଚାଲିଥିଲା। ସିଡବ୍ଲ୍ୟୁସି ପକ୍ଷରୁ ଅଭିଯୋଗ ଆସିଲେ ମାମଲା ରୁଜୁ ହେବ ବୋଲି ଥାନାଧିକାରୀ ଜେନା କହିଛନ୍ତି। ଅନ୍ୟ ପକ୍ଷରେ ଉଦ୍ଧାର ହୋଇଥିବା ନାବାଳିକା ମାନଙ୍କୁ ସାଧନ କେନ୍ଦ୍ରରେ ରଖାଯିବାକୁ ଥିବା ବେଳେ ନାବାଳକମାନଙ୍କୁ ଗୋପବନ୍ଧୁ ବାଳାଶ୍ରମରେ ରଖାଯିବ। ଏମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ପାଠ ପଢାଯିବା ସହ ଥଇଥାନର ବ୍ୟବସ୍ଥା କରାଯିବ ବୋଲି ସୂଚନା ମିଳିଛି ା
Posted inଆମ ଜିଲା ଖବର, କନ୍ଧମାଳ View All
ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି
ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…
କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…
କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…
କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ
ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…
ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ
ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…
ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍ପି କହିଲେ ଆହୁରି…
ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…
ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ
ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…
ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍ର ଗୋପନୀୟତା କହି…
କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…
ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…
କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…
Archives

