୬ ପର୍ଯ୍ୟନ୍ତ ବର୍ଷା, ୯ରୁ ବଢ଼ିବ ତାତି

ଭୁବନେଶ୍ୱର, ୩ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ୩ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି। ୩ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବରଗଡ଼ ଆଦି ଜିଲାରେ ହାଲ୍‌କା ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସେହିପରି ୪ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ସ୍ବଳ୍ପ ଧରଣର ବର୍ଷା ହେବ। ୫ ଓ ୬ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ତିନିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୪ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ହେବ। ୫ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, କନ୍ଧମାଳ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟ୍‌ୂରଭଞ୍ଜ, ଢେଙ୍କାନାଳ ଓ କଟକ ଏବଂ ୬ ତାରିଖରେ କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଢେଙ୍କାନାଳ ଆଦି ଜିଲାରେ ବଜ୍ରପାତ ହେବ। ଏହି ତିନିଦିନ ଉକ୍ତ ଜିଲାଗୁଡ଼ିକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ କହିବାନୁଯାୟୀ, ୯ରୁ ଭୁବନେଶ୍ବରରେ ପାଗ ବଦଳିବା ସହ ତାପମାତ୍ରା ବଢ଼ିବ। ୯ରୁ ୧୨ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri