୬ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ମୁକାବିଲା କରୁଥିବା ରାଜ୍ୟ ସରକାର ସୋମବାର ୯୧୦୦.୨୯ କୋଟି ଟଙ୍କାର ପୁଞ୍ଜିିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତିି। ଏଥିଯୋଗୁ ରାଜ୍ୟରେ ୬ ହଜାର ୫୨୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୨ ତମ ଉଚ୍ଚ କ୍ଷମତା ସମ୍ପନ୍ନ କର୍ତ୍ତୃପକ୍ଷ (ଏଚ୍‌ଏଲସିଏ) ୮୮୫୦.୧୯ କୋଟି ଟଙ୍କାର ଦୁଇଟି ପୁଞ୍ଜିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛି। ଏଥିରେ ୫ ହଜାର ୨୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ରୁଙ୍ଗ୍‌ଟା ମାଇନ୍ସ ଏବଂ ଏମ୍‌/ଏସ୍‌ ଧୁନ୍‌ସେରୀ ଭେଞ୍ଚର୍ସ ଉକ୍ତ ଦୁଇଟି ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ଧୁନ୍‌ସେରୀ ପାରାଦୀପରେ ୧୦୧୩.୨୯ କୋଟି ଟଙ୍କାର ବାର୍ଷିକ ୬୦ ହଜାର ମେଟ୍ରିକ୍‌ଟନ୍‌ର ମାଲେଇକ ଆନ୍‌ହାଇଡ୍ରାଇଡ୍‌ ଉପତ୍ାଦନ ପ୍ଲାଣ୍ଟ ପ୍ରତିଷ୍ଠା କରିବ। ସେଥିରେ ପ୍ରାୟ ୩୫୯ ଜଣଙ୍କୁ ନିଯୁକ୍ତି ମିଳିବ। ଏହାଛଡା ରୁଙ୍ଗ୍‌ଟା ମାଇନ୍ସ ଢେଙ୍କାନାଳ ଜିଲା ଝାରବନ୍ଧରେ ବାର୍ଷିକ -୦.୯ରୁ ୨.୮୫ ନିୟୁତ ଟନ୍‌ କ୍ଷମତା ବିଶିଷ୍ଟ ଇଣ୍ଟିଗ୍ରେଟେଡ ଷ୍ଟିଲ ପ୍ଲାଣ୍ଟ, ୩୮୫ ମେଗାୱାଟ୍‌ ବିଶିଷ୍ଟ କ୍ୟାପ୍‌ଟିଭ ପାୱାର ପ୍ଲାଣ୍ଟ ଏବଂ ୧.୬୯ ନିୟୁତ ଟନ୍‌ର ସିମେଣ୍ଟ କାରଖାନା ସ୍ଥାପନ କରିବ। ଏଥିରେ ମୋଟ ୭୮୩୬.୯୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୪୯୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ଏଥିସହିତ କୋଭିଡ୍‌-୧୯ ସଂକ୍ରମଣର ଘଡି ସନ୍ଧି ମୁହୂର୍ତ୍ତରେ ରାଜ୍ୟରେ ପୁଞ୍ଜିନିବେଶ ପ୍ରକ୍ରିିୟାକୁ ତ୍ୱରାନ୍ବିତ କରିବା ଲାଗି ମୁଖ୍ୟମନ୍ତ୍ରୀ ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ କିମିଟି ଗଠନ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ସୁଶାନ୍ତ ସିଂ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି।
ଏହାଛଡା ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୯୧ ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ୨୫୧.୦୯ କୋଟି ଟଙ୍କାର ୪ ପୁଞ୍ଜିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛି। ମେଟାଲ ଡାଉନ୍‌ଷ୍ଟ୍ରିମ, ଟେକ୍ସଟାଇଲ ଆଣ୍ଡ ଆପାରେଲ, ଲଜିଷ୍ଟିକ ଆଣ୍ଡ ଇନ୍‌ଫ୍ରାଷ୍ଟ୍ରକ୍‌ଚର କ୍ଷେତ୍ରରେ ଉକ୍ତ ପୁଞ୍ଜି ବିନିଯୋଗ ହେବ। ଓଡିଶାରେ ଚାଇନା କ୍ରୀଡା ଜୋତା ତିଆରି କମ୍ପାନୀ ପୁଞ୍ଜିନିବେଶ କରିବା ନେଇ ଆଗ୍ରହ ଦେଖାଇଛି। ଉକ୍ତ ୪ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୧୨୭୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ଏମ୍‌/ଏସ୍‌ ନିରେନ କୁମାର ଆନନ୍ଦ ରାଜ୍ୟରେ ୬୨.୪୪ କୋଟି ଟଙ୍କାର ୧ ନିୟୁତ ଜୋତା ଉପତ୍ାଦନ କ୍ଷମତା ବିଶିଷ୍ଟ ପ୍ଲାଣ୍ଟ ପ୍ରତିଷ୍ଠା କରିବ। ଏଥିରେ ୬୨୦ ଜଣଙ୍କୁ ନିଯକ୍ତି ମିଳିପାରିବ। ସେହିପରି କାସ୍‌ଭି ଇଣ୍ଟରନ୍ୟାଶନାଲ ୫୫.୨୩ କୋଟି ଟଙ୍କାର ୧.୨ ନିୟୁତ ଟନ୍‌ ବିଶିଷ୍ଟ ବେନିଫିକେଶନ ପ୍ଲାଣ୍ଟ ଏବଂ ୦.୬ ନିୟତ ଟନ୍‌ ବିଶିଷ୍ଟ ଆଇରନ୍‌ ଓର ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୫୦ ଜଣଙ୍କୁ ନିଯୁକ୍ତି ମିଳିପାରିବ । ପୁରୋଷ୍ଟିଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ମେଟାଲ ଡାଉନ୍‌ଷ୍ଟ୍ରିମ୍‌ ସେକ୍ଟରରେ ୫୩.୪୨ କୋଟି ଏବଂ ଓଡିଶା କ୍ୟାରିୟର୍ସ ଆଣ୍ଡ ଟ୍ରେଡ୍‌ ୫୦ କୋଟି ଟଙ୍କା ବ୍ୟୟରେ ଲଜିଷ୍ଟିକ୍‌ ପାର୍କ ନିର୍ମାଣ କରିବ। ଏହି ଦୁଇଟି ପ୍ରକଳ୍ପରେ ୪୦୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri