୬ ଫୁଟର ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ

ପୁରୀ ଅଫିସ, ୧୩ାା୮: ଚନ୍ଦନପୁର ଥାନା ଅନ୍ତର୍ଗତ ସେନାପଟିଆ ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ଏହି ସାପର ଲମ୍ବ ପ୍ରାୟ ୬ ଫୁଟ ରହିଛି। ଗାଁ ଲୋକେ ସାପଟିକୁ ଦେଖି ପ୍ରଥମେ ସ୍ନେକ ହେଲ୍‌ପ ଲାଇନକୁ ଖବର ଦେଇଥିଲେ। ଏଥିସହ ବନ ବିଭାଗକୁ ମଧ୍ୟ ଜଣାଇଥିଲେ। ସ୍ନେକ ହେଲ୍‌ପ ଲାଇନ ସହାୟତାରେ ଗ୍ରାମବାସୀ ସାପକୁ କାବୁ କରିଥିଲେ। ବନ ବିଭାଗ କର୍ମଚାରୀ ପହଞ୍ଚତ୍ବା ପରେ ସାପକୁ ହସ୍ତାନ୍ତର କରିଥିଲେ।

ସାପକୁ ଉଦ୍ଧାର କରିବା ପରେ ବନ ବିଭାଗ କର୍ମଚାରୀ ତାକୁ ପୁରୀ ରେଞ୍ଜ ଅଫିସରେ ଆଣି ରଖିଛନ୍ତି। ରେଞ୍ଜ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସାପଟିକୁ କିଛିଦିନ ଅବ୍‌ଜରଭେସନରେ ରଖାଯିବ। ଏହାପରେ ବାଲୁଖଣ୍ଡ ଅଭୟାରଣ୍ୟରେ ଛାଡି ଦିଆଯିବ। ପୂର୍ବରୁ ମଧ୍ୟ ସେନାପଟିଆ ନିକଟବର୍ତ୍ତୀ ସିଙ୍ଗିପୁର ଅଞ୍ଚଳରୁ ୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର ହୋଇଥିଲା। ଯେହେତୁ ପାଖରେ ଭାର୍ଗବୀ ନଦୀ ରହିଛି, ତେଣୁ ବନ୍ୟା ଜଳରେ ସାପଟି ଭାସି ଆସିଥିବା ଗ୍ରାମବାସୀ ସନ୍ଦେହ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri