୬ ମାସରେ ୧୦୯ ଗାଁରେ ପହଞ୍ଚତ୍ବ ସମସ୍ତ ଯୋଜନା

ସୋନପୁର,୫।୩(ନି.ପ୍ର.): ପଞ୍ଚାୟତିରାଜ ଦିବସରେ ସୁବର୍ଣ୍ଣପୁର ଜିଲାରେ ଘୋଷଣା ହୋଇଛି ମିଶନ ୧୦୯ କାର୍ଯ୍ୟକ୍ରମ । ଜିଲାପାଳ ମୋନିଷା ବାନାର୍ଜୀ ଏହି ଘୋଷଣା କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଜନସାଧାରଣଙ୍କୁ ଯୋଗାଇ ଦିଆଯିବ। ଜିଲାର ମୋଟ ପଞ୍ଚାୟତ ସଂଖ୍ୟା ୧୦୯। ତଦନୁଯାୟୀ ପ୍ରଥମ ପର୍ଯ୍ୟାୟରେ ସମସ୍ତ ପଞ୍ଚାୟତର ଗୋଟିଏ ଲେଖାଏ ଗାଁ(ଅର୍ଥାତ୍‌ ୧୦୯ ଗାଁ)ର ରାସ୍ତା, ପାନୀୟ ଜଳ, ବିଦ୍ୟୁତ୍‌, ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି ଆଦିର ସମସ୍ୟା ଥିଲେ ତାର ସମାଧାନ କରାଯିବ। ଭତ୍ତା ପାଇବାରୁ ବଞ୍ଚତ୍ତ ଥିବା ବୃଦ୍ଧାବୃଦ୍ଧ, ଅସହାୟ, ବିଧବା ଓ ଦିବ୍ୟାଙ୍ଗଙ୍କୁ ଚିହ୍ନଟ କରି ଭତ୍ତା ଦିଆଯିବ। ନିର୍ମାଣ ଶ୍ରମିକଙ୍କୁ ଚିହ୍ନଟ କରି ସହାୟତା ଯୋଗଇ ଦେବାର ବ୍ୟବସ୍ଥା ହେବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ବ୍ୟକ୍ତି ସାମିଲ ହୋଇ ନଥିଲେ ଅନ୍ତର୍ଭୁକ୍ତ କରାଯିବ । ଏମ୍‌ଜିଏନଆରଇଜିଏସ୍‌ରେ କାମ କରିବାକୁ ଚାହୁଁଥିବା ଜବକାର୍ଡ ଧାରୀଙ୍କୁ ପ୍ରଶାସନ ନିଜ ଅଞ୍ଚଳରେ ୧୦୦ ଦିନର କାମ ଯୋଗାଇ ଦେବ । ଆସନ୍ତା ୬ ମାସ ଭିତରେ ୧୦୯ ଗାଁର ଜନସାଧାରଣଙ୍କ ନିକଟରେ ସରକାରଙ୍କ ସମସ୍ତ ଯୋଜନା ଉପଲବ୍ଧ କରାଯିବ ବୋଲି ଜିଲାସ୍ତରୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ଅଧ୍ୟକ୍ଷତା କରି ଜିଲାପାଳ ବାନାର୍ଜୀ ଏହି ଘୋଷଣା କରିଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଆହୁରି କହିଥିଲେ ଯେ, ସୁବର୍ଣ୍ଣପୁର ଏକ ଗ୍ରାମ ବହୁଳ ଜିଲା । ତେଣୁ ଗାଁର ବିକାଶ ହେଲେ ଯାଇ ଜିଲା ଓ ରାଜ୍ୟର ବିକାଶ ହେବ। ଜିଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ଗ୍ରାମାଞ୍ଚଳର ବିକାଶ ପାଇଁ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ କରିବା ସକାଶେ ପଦକ୍ଷେପ ନେଇଥିଲେ ଓ ମହିଳା ସଶକ୍ତୀକରଣକୁ ଗୁରୁତ୍ୱ ଦେଉଥିଲେ ବୋଲି କହିଥିଲେ । ଏସ୍‌ପି ଦେବୀପ୍ରସାଦ ଦାଶ ସମ୍ମାନିତ ଅତିଥିଭାବେ ଯୋଗଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଜଣେ ମହାନ ଜନନେତା ଥିଲେ । ସେ ଲୋକଙ୍କ ସହ ସିଧାସଳଖ ମିଶିବାକୁ ପସନ୍ଦ କରୁଥିଲେ ଓ ସମସ୍ୟାର ସମାଧାନ କରୁଥିଲେ ବୋଲି କହିଥିଲେ। ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ପିଡି ଡିଆରଡିଏ ଶରତ ଚନ୍ଦ୍ର ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରି ଓଡିଶାରେ ୧୩ ଜିଲାକୁ ୩୦ରେ ପରିଣତ କରିବା ତାଙ୍କର ସାହାସିକ ପଦକ୍ଷେପ ଥିଲା ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri