୬ଦଫା ଦାବିରେ କୃଷକ ମହାସଂଘର ସ୍ମାରକପତ୍ର

ଜଳେଶ୍ୱର,୩।୬(ସ୍ବ.ପ୍ର)- ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା କୃଷକ ମହାସଂଘ ପକ୍ଷରୁ ବୁଧବାର ୬ଦଫା ଦାବି ନେଇ ଏକ ସ୍ମାରକପତ୍ର କୃଷି ଜିଲା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି।  ‘ଅମ୍ପନ’ ଦ୍ୱାରା ଜଳେଶ୍ୱର, ଭୋଗରାଇ ଓ ବାଲିଆପାଳର ଚାଷୀମାନଙ୍କର ବ୍ୟାପକ କ୍ଷତି ହୋଇଥିବାରୁ ଏ ସଞ୍ଚଳର ସମସ୍ତ କୃଷିଋଣକୁ ଛାଡ କରାଯିବାକୁ ସେମାନେ ଦାବି ଜଣାଇଛନ୍ତି। ସମବାୟ ସମିତି ଜରିଆରେ ନିର୍ଦ୍ଦିଷ୍ଟ ସମୟରେ ଧାନକ୍ରୟ ଓ ଅତିଶୀଘ୍ର ସହାୟକ ମୂଲ୍ୟପ୍ରଦାନ କରାଯିବା, କ୍ଷତିଗ୍ରସ୍ତ ଚାଷୀଙ୍କୁ ସବ୍‌ସିଡି ଓ ବୀମା ପ୍ରଦାନ କରିବା, ପଙ୍ଗପାଳ ଦାଉରୁ ଫସଲ ରକ୍ଷା ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ, ଖରିଫ ଚାଷ ନିମନ୍ତେ ବିହନ ଓ କୃଷିଯନ୍ତ୍ରପାତି ମାଗଣାରେ ଯୋଗାଇବା, କୃଷକର କେତେକ ଗାଡିକୁ ପୁଲିସ୍‌ ଅଟକାଇ ଚାନ୍ଦା ଆଦାୟ କରୁଥିବା ଅଭିଯୋଗର ତଦନ୍ତ କରାଯିବାକୁ ଜଳେଶ୍ୱର ବ୍ଲକ ସଭାପତି ଦୀନବନ୍ଧୁ ଜେନା, ଭୋଗରାଇ ବ୍ଲକ ସଭାପତି ତ୍ରିଲୋଚନ ଦାସ, ବାଲିଆପାଳ ବ୍ଲକ ସଭାପତି ଅନାଦି ଗିରି, ଆବାହାକ ସୁଦାମ ଚରଣ ପାତ୍ର, ମନୋରଞ୍ଜନ ଦାସ, କମଳ ଚକ୍ରବର୍ତ୍ତୀ, ଆଶିଷ କୁମାର ଗିରି, ସୁକୁମାର ରଣା, ଅନନ୍ତ କୁମାର ଘୋଷ, ସରୋଜ ପାତ୍ର ପ୍ରମୁଖ ଲିଖିତଭାବେ ସ୍ମାରକପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri