Posted inରାଜ୍ୟ

୬ଦିନ ବର୍ଷିବ, ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ଟ୍ରପ୍‌ ଲାଇନ, ଘୂର୍ଣ୍ଣି ବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଗତ ଦୁଇତିନି ଦିନ ହେଲା ଲଗାଣ ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ କେତେକ ଅଞ୍ଚଳରେ ବନ୍ୟା ସ୍ଥିତି ଉପୁଜିଛି। ରବିବାର ରାତିରୁ ଏତେ ମାତ୍ରାରେ ବର୍ଷା ହୋଇଛି ଯେ ସୋମବାର ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ବରଗଡ଼ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବାରୁ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କେଉଁଠି ପୋଲ ଉପରେ ପାଣି ଯାଉଛି ତ ଆଉ କେଉଁଠି ରାସ୍ତା ଉପରେ ପାଣିର ସୁଅ ଛୁଟୁଛି। ତେଣୁ ଏସବୁ ଜିଲାର ଅଧିକାଂଶ ଅଞ୍ଚଳରେ ଯାତାୟତ ଏକପ୍ରକାର ଠପ୍‌ ହୋଇଯାଇଛି। ସେପଟେ ଆସନ୍ତା ୬ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି। ମଙ୍ଗଳବାର ରାଜ୍ୟର ୯ଟି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।
ଲଗାଣ ବର୍ଷା ଯୋଗୁ କେଉଁଠି ବନ୍ୟା ପରିସ୍ଥିତି ଦେଖାଦେଲାଣି ତ ଆଉ କେଉଁଠି ବର୍ଷା ଲୁଚକାଳି ଖେଳୁଛି। ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଠିକ୍‌ ଭାବେ ହେଉ ନ ଥିବାରୁ ଶହଶହ ଏକର ଚାଷ ଜମି
ଶୁଖିଲା ପଡ଼ିଛି। ଚାଷୀମାନେ ଭଲ ବର୍ଷାକୁ ଅପେକ୍ଷା କରି ରହିଛନ୍ତି। ଲଘୁଚାପରୁ ସାମାନ୍ୟ ବର୍ଷା ହୋଇଥିଲେ ବି ତାହା ଶୁଖିଲା ଜମି ପାଇଁ ସମୁଦ୍ରକୁ ଶଙ୍ଖେ ଭଳି ହୋଇଛି। ପଶ୍ଚିମ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲାର ବିଭିନ୍ନ ସ୍ଥାନରେ ଏଭଳି ସ୍ଥିତି ଦେଖାଦେଇଛି। ଅନ୍ୟପକ୍ଷରେ ପାଣିପାଗ ବିଭାଗ ଆଶା ଦେଖାଇଛି ଯେ ସପ୍ତାହେ ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ତେବେ ସକ୍ରିୟ ମୌସୁମୀ ସହ ଟ୍ରପ୍‌ ଲାଇନ୍‌ ଓ ଘୂର୍ଣ୍ଣିବଳୟ ଯୋଗୁ ଅଗଷ୍ଟ ପହିଲାରୁ ସାରା ରାଜ୍ୟରେ କିଛିଦିନ ଧରି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ଆର ବିଶ୍ୱାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri