୬୦ ଲକ୍ଷ ବ୍ୟୟରେ ହେବ କୁଶଭଦ୍ରା ନଦୀ ଖନନ

ନିମାପଡ଼ା,୧୯।୧(ଡି.ଏନ୍‌.ଏ.): କୁଶଭଦ୍ରା ନଦୀରେ ବନ୍ୟାଜଳ ସୁଚାରୁରୂପେ ନିଷ୍କାସନ ହେବା ନିମନ୍ତେ ୬୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୁଶଭଦ୍ରା ନଦୀ ଗର୍ତ୍ତ ଖୁବଶୀଘ୍ର ଖନନ କରାଯିବ ବୋଲି ସୋମବାର ନିମାପଡ଼ାରେ ଆୟୋଜିତ ଧନୁଅଁା ବନ୍ୟା ନିୟନ୍ତ୍ରିତ କମିଟିର ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମତବ୍ୟକ୍ତ କରିଛନ୍ତି। କୁଆଖାଇ ବ୍ରିଜଠାରୁ କୁଶଭଦ୍ରା ନଦୀର ୮ଶହ ମିଟର ଖନନ କରାଯିବ। ବନ୍ୟାଜଳ ରୋକିବା ପାଇଁ ସ୍ଥାୟୀ ପ୍ରତିକାର, ବନ୍ୟା ନିୟନ୍ତ୍ରଣ ପାଇଁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇ ଏହି କମିଟି ଦ୍ୱାରା ସର୍ବେକ୍ଷଣ କାର୍ଯ୍ୟ କରାଯିବାକୁ ଧନୁଅଁା ବନ୍ୟା ନିୟନ୍ତ୍ରଣ କମିଟି ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ତିନିମୁହାଣଠାରେ ଅଧିକ ୫ଟି ସ୍ପାନ ନିର୍ମାଣ, ବନ୍ୟାଦାଉରୁ ରକ୍ଷା ପାଇଁ ଅଚ୍ୟୁତପୁର କାଜୁକୁ ବନ୍ଦ କରିବା ଦିଗରେ ସରକାର କୌଣସି ପଦକ୍ଷେପ ନେବାକୁ ନେଇ ବୈଠକରେ ଆଲୋଚନା ହୋଇଥିଲା। ଏଥିରେ ଜଳସମ୍ପଦ ବିଭାଗର ନିର୍ବାହୀ ଯନ୍ତ୍ରୀ ଶଶିଭୂଷଣ ମିଶ୍ର, ଗୋପ ସବଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଗ୍ରାମ କେଶରୀ ମହାନ୍ତି, ଧନୁଅଁା ନିୟନ୍ତ୍ରଣ କମିଟି ସଭାପତି ନୃସିଂହ ଚରଣ ଜେନା, ସମ୍ପାଦକ ନରେନ୍ଦ୍ର ଦାସ, କୋଷାଧ୍ୟକ୍ଷ ସତ୍ୟପ୍ରିୟ ନାୟକ, ଚକ୍ରଧର ନାୟକ, ପୀତବାସ ଦଳେଇ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri