୬୦ବର୍ଷ ବ୍ୟକ୍ତିଙ୍କୁ କାମ କରିବାକୁ ମନା: କାର୍ଯ୍ୟସ୍ଥଳରେ ଗୁଟଖା, ଛେପ ପକାଇବା ଉପରେ କଟକଣା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ସରକାରୀ ଓ ବେସରକାରୀ ନିର୍ମାଣ କ୍ଷେତ୍ରରେ କୋଭିଡ଼-୧୯ ସଂକ୍ରମଣକୁ ରୋକିବା ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର(ଏସ୍‌ଓପି) ପ୍ରସ୍ତୁତ କରାଯାଇଛି। ଏହାକୁ ପାଳନ କରିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସମସ୍ତ ବିଭାଗ, ରାଜସ୍ବ କମିଶନର ଏବଂ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଏସ୍‌ଓପି ଅନୁସାରେ, ନିର୍ମାଣ କ୍ଷେତ୍ରରେ ଜଡ଼ିତ ଶ୍ରମିକ, ଟେକ୍ନିସିଆନ, ସୁପରଭାଇଜର ଏବଂ ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟ କ୍ଷେତ୍ରରେ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯିବ। ନିର୍ମାଣ ସ୍ଥାନରେ କାର୍ଯ୍ୟ କରୁଥିବା ସମୟରେ ସବୁ ବ୍ୟକ୍ତି ଫେସ୍‌ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କଣ୍ଟ୍ରାକ୍ଟର ବା ନିର୍ମାଣ ସଂସ୍ଥା ବାହାରୁ ଆସୁଥିବା ଶ୍ରମିକମାନଙ୍କ ପାଇଁ ସାଧାରଣ ପରିବହନ ବ୍ୟବସ୍ଥା ଉପରେ ନିର୍ଭର ନ କରି ସ୍ବତନ୍ତ୍ର ପରିବହନ ବ୍ୟବସ୍ଥା କରିବେ। ସେହିପରି ୬୦ବର୍ଷରୁ ଉର୍ଦ୍ଧ୍ୱ ବୟସର ଶ୍ରମିକମାନଙ୍କୁ କାର୍ଯ୍ୟ କ୍ଷେତ୍ରର କାମ କରିବାକୁ ଅନୁମତି ଦିଆଯିବ ନାହିଁ। କୌଣସି ଅସୁସ୍ଥ, ବୃଦ୍ଧ ଏବଂ ଥଣ୍ଡା, କାଶ, ଛିଙ୍କର ଲକ୍ଷଣ ଥିବା ଲୋକଙ୍କୁ କାମ କରିବାକୁ ଦିଆଯିବ ନାହିଁ। ଶ୍ରମିକମାନଙ୍କଠାରେ ଏଭଳି ଲକ୍ଷଣ ଦେଖାଦେଲେ କଣ୍ଟ୍ରାକ୍ଟର ବା ନିର୍ମାଣ ସଂସ୍ଥା ସମ୍ପୃକ୍ତ ଶ୍ରମିକଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ପରାମର୍ଶ କରାଇବାର ବ୍ୟବସ୍ଥା କରାଇବେ। ନିର୍ମାଣ କାର୍ଯ୍ୟ ଚାଲୁଥିବା ସ୍ଥାନରେ ଗୁଟ୍‌କା, ତମାଖୁ ସେବନ ଏବଂ ଛେପ ପକାଇବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ଶ୍ରମିକମାନେ ଖାଇବା, ଶୋଇବା ଓ କାର୍ଯ୍ୟକ୍ଷେତ୍ରରେ ଯେପରି ସାମାଜିକ ଦୂରତା ରକ୍ଷା କରିବେ ସେ ନେଇ କଣ୍ଟ୍ରାକ୍ଟରମାନେ ପଦକ୍ଷେପ ନେବେ। ଏଥିସହିତ ଶ୍ରମିକମାନଙ୍କ ସଚେତନତା ଓ ତାଲିମ କାର୍ଯ୍ୟକ୍ରମ କରିବାକୁ କୁହାଯାଇଛି।

ଅନ୍ୟପଟେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ମଧ୍ୟ ଛୁଇଁଲାଣି। ତେଣୁ ଶ୍ରମିକ ବା ନିମାଣ କର୍ମଚାରୀଙ୍କୁ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ଏକ ନିର୍ଦ୍ଦେଶାବଳୀ ମଧ୍ୟ ହୋଇଛି। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ, ନିର୍ମାଣସ୍ଥଳରେ ଖରାଦାଉରୁ ଶ୍ରମିକମାନଙ୍କୁ ରକ୍ଷା କରିବାକୁ ଛାଇ ବ୍ୟବସ୍ଥା କରାଯିବା ସହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ କୌଣସି କାର୍ଯ୍ୟ କରିବା ଉପରେ କଟକଣା ଜାରି କରାଯାଇଛି। ଶମିକମାନଙ୍କ ପାଇଁ ନିର୍ମାଣ ସ୍ଥାନରେ ଅତ୍ୟାବଶ୍ୟକ ଔଷଧ, ଓଆର୍‌ଏସ୍‌, ଗ୍ଲୁକୋଜ୍‌ ଇତ୍ୟାଦି ପ୍ରାଥମିକ ଚିକିତ୍ସା ବକ୍ସର ବ୍ୟବସ୍ଥା କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri