୬୧ରୁ ୬୦ ନମୁନା ନେଗେଟିଭ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ଚିହ୍ନଟ ପାଇଁ ପଠାଯାଇଥିବା ୬୧ଟି ନମୁନାରୁ ୬୦ଟି ନେଗେଟିଭ୍‌ ବାହାରିଛି। ବୁଧବାର ୫ଟି ସାମ୍ପୁଲ୍‌କୁ ପରୀକ୍ଷା ପାଇଁ ପଠାଯାଇଥିଲା। ସବୁଗୁଡ଼ିକ ନେଗେଟିଭ୍‌ ଆସିଥିବା ଗୀତଗୋବିନ୍ଦ ସଦନରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ବାଗ୍‌ଚୀ କହିଛନ୍ତି, ଏଯାବତ୍‌ ୨୩ଜଣଙ୍କୁ ବିଭିନ୍ନ ଡାକ୍ତରଖାନାରେ ଅବ୍‌ଜରଭେଶନରେ ରଖାଯାଇଛି। ହେଲେ ସେମାନଙ୍କ ଦେହରେ କରୋନା ଭୂତାଣୁ ଥିବା ସ୍ପଷ୍ଟ ହୋଇନାହିଁ। ସେହିଭଳି ଜିଲାସ୍ତରୀୟ ହସ୍ପିଟାଲ ଆଇସୋଲେଶନ ଫାଶିଲିଟି ବଢ଼ାଯାଉଛି। ଇତିମଧ୍ୟରେ ୩୧୮୩ଟି ଆଇସୋଲେଶନ ବେଡ୍‌ ପ୍ରସ୍ତୁତ ରହିଛି। କ୍ୟାରାଣ୍ଟାଇନ୍‌ ଫାସିଲିଟି ପାଇଁ ପଞ୍ଚାୟତସ୍ତରୀୟ ବ୍ୟବସ୍ଥା କରାଯାଉଛି। କଟକ ମ୍ୟୁନିସିପାଲିଟି କର୍ପୋରେଶନ ଅଧୀନରେ ୨୧୫୦ ବେଡ୍‌, ବ୍ରହ୍ମପୁର ମ୍ୟୁନିସିପାଲିଟି ଅଧୀନରେ ୮୪୦, ଭୁବନେଶ୍ୱର ଘରୋଇ ମେଡିକାଲ କଲେଜରେ ୯୯ ବେଡ୍‌ ପ୍ରସ୍ତୁତ ରହିଛି। ସେହିଭଳି କଟକରେ ୯୪ଟି ପେଡ୍‌ କ୍ୱାରେଣ୍ଟାଇନ୍‌ ହୋଟେଲ ବ୍ୟବସ୍ଥା କରାଯାଇଛି। ଏହାଛଡ଼ା ଅର୍ବାନ୍‌ ଏରିଆରେ ୪୫୦ କୋଠାକୁ ଚିହ୍ନଟ କରାଯାଇଛି। ଯଦି କୌଣସି ବିପଦ୍‌ଜନକ ପରିସ୍ଥିତି ସୃଷ୍ଟି ହୁଏ ତେବେ ସେଥିପାଇଁ ଅଧିକ ପ୍ରସ୍ତୁତ କରି ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?