୬୩ ବର୍ଷରେ ପାଦଦେଲେ ଟିନା ଅମ୍ବାନୀ: କର୍ଜ ଫିଲ୍ମ ଆଣିଥିଲା ପରିଚିତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟିନା ଅମ୍ବାନୀ ମଙ୍ଗଳବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ଫେବୃୟାରୀ ୧୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୮ରେ ଦେବ ଆନନ୍ଦଙ୍କ ଫିଲ୍ମ ଦେଶ୍‌ ପରଦେଶ୍‌ରେ ଟିନା ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ତେବେ ଋଷି କପୁରଙ୍କ ସହିତ ତାଙ୍କ ଅଭିନୀତ ଫିଲ୍ମ କର୍ଜ ଏବଂ ସଞ୍ଜୟ ଦତ୍ତଙ୍କ ସହିତ ରକି ଫିଲ୍ମ ଟିନାଙ୍କୁ ଦେଇଥିଲା ସ୍ବତନ୍ତ୍ର ପରିଚିତି। ୧୯୮୧ରେ ଫିଲ୍ମ ରକି ଶୁଟିଂ ସେଟ୍‌ରୁ ସଞ୍ଜୟଙ୍କ ସହିତ ତାଙ୍କର ରୋମାନ୍ସ ଆରମ୍ଭ ହୋଇଥିବା ନେଇ  ଚର୍ଚ୍ଚା ହୋଇଥିଲା। ଦୁହେଁ ଡେଟିଂରେ ଯାଉଥିବା ଶୁଣିବାକୁ ମିଳିଥିଲା। ସଞ୍ଜୟଙ୍କ ଡ୍ରଗ୍ସ୍‌ ଅଭ୍ୟାସ ଯୋଗୁ ଟିନା ତାଙ୍କଠାରୁ ଦୂରେଇ ଯାଇଥିବା ଚର୍ଚ୍ଚା ହୋଇଥିଲା। ଟିନାଙ୍କ ସହିତ ବ୍ରେକ୍‌ ଅପ୍‌ ଯୋଗୁ ସଞ୍ଜୟଙ୍କ ଅବସ୍ଥା ଅତି ଗୁରୁତର ହୋଇଯାଇଥିଲା। ୧୯୮୨ରେ ସେ ନିଜକୁ ଗୁଳି କରିଥିବା ଖବର ମିଳିଥିଲା। ତେବେ ଏହାକୁ ସଞ୍ଜୟ ଖଣ୍ଡନ କରିଥିଲେ। ୧୯୯୧ ଫେବୃୟାରୀରେ ଟିନା ଶିଳ୍ପପତି ଅନୀଲ ଅମ୍ବାନୀଙ୍କୁ ବିବାହ କରିବା ପରେ ବଲିଉଡ୍‌ରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri