Posted inଜାତୀୟ

୬୬ମୌଲାନାଙ୍କ ସହ ସ୍କାଉଟ ଟ୍ରେନିଂ ନେଲେ ମୌଲାନା ମହୁମୁଦ୍‌ ମଦନି

ଭୋପାଳ,୧୬।୯: ଦେଶର ସବୁଠାରୁ ବଡ଼ ମୁସଲିମ ସଙ୍ଗଠନ ଜମିୟତ ଓଲେମା-ଇ-ହିନ୍ଦ ସହ ଜଡିତ ଥିବା ୬୬ ମୌଲାନା ସ୍କାଉଟ ଟ୍ରେନିଂ ନେଉଛନ୍ତି। ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ଜମିୟତ-ଇ-ହିନ୍ଦର ମହାସଚିବ ମୌଲାନା ମହମୁଦ ମଦନୀ ନିଜ ୬୬ଜଣ ମୌଲାନା ଟିମ୍‌ ସହ ଟ୍ରେନିଂ ନେଉଥିବା ଜଣାପଡ଼ିଛି। ମଧ୍ୟପ୍ରଦେଶର ପଚମଢ଼ିରେ ଥିବା ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ରାଷ୍ଟ୍ରୀୟ ପ୍ରଶିକ୍ଷଣ ସଂସ୍ଥାରେ କମିଶନର ସ୍ତରରେ ୪ର୍ଥ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ବେଳେ ମଙ୍ଗଳବାର ଶେଷ ହେବ। ଦେଶରେ ଥିବା ୬୬ଟି ମଦ୍ରାସାର ବିଭାଗୀୟ ମୁଖ୍ୟ, ହାଫିଜ୍‌, ଆଲିମ, କାରୀ, ମୁଫତି ପ୍ରମୁଖ ଏହି ପ୍ରଶିକ୍ଷଣରେ ସାମିଲ ହୋଇଛନ୍ତି। ଭାରତର ସ୍କାଉଟ ଗାଇଡର ୯ଟି ନିୟମ ଇସଲାମ୍‌ ଅନୁସାରେ ଆସୁଥିବା ବେଳେ ଏହାର ପାଠ ଏବେ ଦେଶର ସବୁ ମଦ୍ରାସାରେ ପଢ଼ାଯିବ ବୋଲି ମୌଲାନା ମହମୁଦ କହିଛନ୍ତି। ଏହାକୁ ଅନୁସରଣ କରି ମୁସଲମାନ ପିଲା ଦେଶ ଓ ସମାଜକୁ ନୂଆ ଦିଗ ଦେଖାଇବେ। ଦେଶର ଯୁବା ବର୍ଗଙ୍କୁ ସେନା, ପୋଲିସ ଓ ସ୍କାଉଟର ପୋଷାକ ପିନ୍ଧିବାରେ ଗର୍ବ ଅନୁଭବ ହୋଇଥାଏ ବୋଲି ସେ କହିଛନ୍ତି। ପୂର୍ବରୁ ଏହି କାର୍ଯ୍ୟକ୍ରମ ଗୁଜରାଟ, ପଶ୍ଚିମ ଉତ୍ତରପ୍ରଦେଶ ଓ ହରିୟାଣାର ୧୭ଟି ଜିଲାରେ ଆୟୋଜନ କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri