୭ ଡାକ୍ତରଖାନାକୁ ୬ ଡାକ୍ତର

ବାଲିଆପାଳ,୨୮।୨(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲିଆପାଳ ବ୍ଲକର ୩ଲକ୍ଷରୁ ଉର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରୁଥିବାବେଳେ ପଡ଼ୋଶୀ ଜଳେଶ୍ୱର ଏବଂ ବସ୍ତା ବ୍ଲକର କେତେକ ଲୋକ ମଧ୍ୟ ଏହା ଉପରେ ନିର୍ଭର କରିଆସୁଛନ୍ତି। ବାଲିଆପାଳ ବ୍ଲକରେ ଥିବା ୭ଟି ଡାକ୍ତରଖାନାରେ ଦୁଇ ଦାନ୍ତ ଡାକ୍ତରଙ୍କୁ ମିଶାଇ ଏବେ ମୋଟ ୬ ଜଣ ଡାକ୍ତର କାର୍ଯ୍ୟ କରୁଛନ୍ତି। ଆବଶ୍ୟକ ସଂଖ୍ୟକ ଡାକ୍ତର ନ ଥିବାରୁ ଲୋକେ ନାହଁି ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜଣେ ମାତ୍ର ସ୍ତ୍ରୀ ରୋଗ ଓ ପ୍ରସୂତି ବିଶେଷଜ୍ଞ ଦୁଇ ସିଏଚ୍‌ସି ଯଥା ବାଲିଆପାଳ ଏବଂ ପ୍ରତାପୁରରେ କାର୍ଯ୍ୟ କରୁଛନ୍ତି। ଅନ୍ୟ ପିଏଚ୍‌ସି ଘଣ୍ଟିଆ, ଶ୍ରୀରାମପୁର, ଜାମକୁଣ୍ଡା, ବୋଳଂ ଆଦିରେ ମେଡ଼ିକାଲ ଅଫିସର୍‌ କେହି ନଥିବା ସହିତ ବାଲିଆପାଳ, ପ୍ରତାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ପଦବୀ ଖାଲି ପଡ଼ିଥିବା ସୂଚନା ଅଧିକାର ଅଭିଯାନ ବାଲିଆପାଳ ଶାଖାର ଆବାହକ ଅନୁଜ କୁମାର ମହାପାତ୍ର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଗୁରୁବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏଥିସହିତ ସେ କହିଛନ୍ତି ୭ଟି ଡାକ୍ତରଖାନାରେ ଖାଲି ପଡ଼ିଥିବା ସମସ୍ତ ଡାକ୍ତର ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ଫାଇପ୍‌-ଟି ସଚିବ, ଜିଲା ସ୍ବାସ୍ଥ୍ୟ ବିଭାଗ ମୁଖ୍ୟଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ ଡାକ୍ତର ନିଯୁକ୍ତିରେ କୌଣସି ପଦକ୍ଷେପ ନିଆଯାଉ ନାହିଁି। ଏନେଇ ବାଲିଆପାଳ ସୂଚନା ଅଧିକାର ଅଭିଯାନ ତରଫରୁ ଆସନ୍ତା ୩ ତାରିଖରୁ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯିବ। ଡାକ୍ତର ନିଯୁକ୍ତ ନ ହେବା ପର୍ଯ୍ୟନ୍ତ ବୋଲି ଧାରଣାରୁ ଓହରିବେ ନାହଁି ବୋଲି ଆବାହକ ଚେତାବନୀ ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଅକ୍ଷୟ କୁମାର ଦାସ, ଅରୁଣ କୁମାର ମଣ୍ଡଳ, କୁଶଧ୍ୱଜ ଜେନା, ପ୍ରହଲ୍ଲାଦ ଘଡ଼ାଇଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri