Posted inପୁରୀ

୭ ଦଫା ଦାବି ନେଇ ମତ୍ସ୍ୟଜୀବୀ ସଂଘର ଦାବି

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଫନୀ ବାତ୍ୟା ସହାୟତା ପ୍ରଦାନରେ ଅନିୟମିତତା ହୋଇଥିବା ନେଇ ବ୍ରହ୍ମଗିରି ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଗୁରୁବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଛି। ଏହାସହ ୭ ଦଫା ସମ୍ବନ୍ଧିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଫନୀରେ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ବେଳେ ସହାୟତା ପାଇଁ ସରକାରଙ୍କ ନିଷ୍ପତ୍ତି କ୍ରମେ ତଦନ୍ତ ହୋଇଥିଲା। ହେଲେ ଏହି ତଦନ୍ତରେ ବ୍ୟାପକ ଅନିୟମିତତା ହେବାରୁ ଅନେକ ଯୋଗ୍ୟ ହିତାଧିକାରୀ ସହାୟତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଏ ନେଇ ପ୍ରଶାସନ ନିକଟରେ ଅଭିଯୋଗ କରିବା ପରେ ଉଚ୍ଚପଦାଧିକାରୀମାନେ ଆସି ତଦନ୍ତ କରିଥିଲେ। ଉକ୍ତ ତଦନ୍ତ ତାଲିକାକୁ ପୁରୀ ଜିଲାପାଳ ସ୍ବୀକୃତି ପ୍ରଦାନ କରିବା ସହ ସରକାରଙ୍କଠାରୁ ଅର୍ଥ ମଞ୍ଜୁର ଆଣି ଉଭୟ ବ୍ଲକର ୩୨ ପଞ୍ଚାୟତ ମଧ୍ୟରୁ ୨୮ପଞ୍ଚାୟତର ହିତାଧିକାରୀଙ୍କ ଜମାଖାତାକୁ ଟଙ୍କା ହସ୍ତାନ୍ତର କରିଥିଲେ। କିନ୍ତୁ କୃଷ୍ଣପ୍ରସାଦ ବ୍ଲକର ଅରଖକୁଦା, ମାଣିକା, ଗୋପୀନାଥପୁର ପଣସପଦା ପଞ୍ଚାୟତରେ ଥିବା ହିତାଧିକାରୀଙ୍କ ଜମାଖାତାକୁ ଟଙ୍କା ପଠାଯାଇ ନ ଥିବା ଅଭିଯୋଗ କରିଥିଲେ। ଏ ନେଇ ପୁନର୍ବାର ଆରଆଇ, ଅମିନ ଓ ପିଅନ ତଦନ୍ତ କରି ୧୫ ହଜାର ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ ମାତ୍ର ୯ ହଜାର ହିତାଧିକାରୀ ତାଲିକା ସିଦ୍ଧାନ୍ତ ହୋଇଥିଲା। ତାଲିକା ସାର୍ବଜନୀନ ହେଉ ନ ଥିବାରୁ ହିତାଧିକାରୀମାନେ ଜାଣିପାରୁ ନ ଥିବାରୁ ସେମାନେ ମତ୍ସ୍ୟଜୀବୀ ସଂଘକୁ ଜଣାଇଥିଲେ। ଫଳରେ ସଂଘ ସଭାପତି ସଦାଶିବ ଜେନାଓ ସମ୍ପାଦକ ସୀମାଞ୍ଚଳ ବେହେରାଙ୍କ ନେତୃତ୍ୱରେ ତାଲିକା ସାର୍ବଜନୀନ କରିବା, ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ସଚଳ କରିବା, ତୁରନ୍ତ ପକ୍କାଘର ଯୋଗାଇ ଦିଆଯିବା ଆଦି ୭ଦଫା ଦାବି ନେଇ ତହସିଲ ଅଫିସ ସମ୍ମୁଖରେ ପ୍ରତିବାଦ ସଭା କରିଥିଲେ। ପରେ ସଂଘ ପକ୍ଷରୁ ଏକ ଦାବିପତ୍ର ବ୍ରହ୍ମଗିରି ତହସଲଦାର ନ ଥିବାରୁ ଅତିରିକ୍ତ ତହସିଲଦାର ହେମନ୍ତ ଭାରିମଲ୍ଲଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?