୭ ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯୋଡ଼ା,୧୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୭ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ଓ୍ବାର୍ଡର ପୋଷ୍ଟ ଅଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡ଼ି ପରିବେଶ ପ୍ରଦୂଷିତ ହେଉଛି। ପୌରପାଳିକାରେ ନିୟୋଜିତ ଥିବା ସଫେଇ ଠିକାଦାରମାନେ ସଫା କରୁ ନ ଥିବାରୁ ଏହି ପରିସ୍ଥିତି ଉପୁଜିଛି ବୋଲି ଓ୍ବାର୍ଡବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଯୋଡ଼ା ପୌରପାଳିକା ୭ନଂ. ଓ୍ବାର୍ଡର ପୂର୍ବତନ କାଉନସିଲର ଶୈଳେନ୍ଦ୍ର ଜୋରା ତାଙ୍କ ଅଭିଯୋଗରେ କହିଛନ୍ତି ଯେ, ପରିମଳ ବ୍ୟବସ୍ଥା ନେଇ ସେ ବାରମ୍ବାର ପୌରପାଳିକାର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ, ଏଥିପ୍ରତି ଦୃଷ୍ଟି ଦିଆଯାଉନାହିଁ। ଏପରିକି ପୌରପାଳିକାର ପରିମଳ ଅଧିକାରୀ ତଥା ସ୍ବଚ୍ଛଭାରତ ଦାୟିତ୍ୱରେ ଥିବା ଅଧିକାରୀ ରାଜେନ୍ଦ୍ର ମିଶ୍ରଙ୍କୁ ୭ନଂ. ଓ୍ବାର୍ଡର ପରିମଳ ବ୍ୟବସ୍ଥା ସମ୍ପର୍କରେ ଫୋନ୍‌ ଯୋଗେ ଅଭିଯୋଗ କରିଥିଲେ ହେଁ, ଅଧିକାରୀ ଆସି ନ ଥିବା ପୂର୍ବତନ କାଉନସିଲର ଶୈଳେନ୍ଦ୍ର ଜୋରା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ପୌରପାଳିକା ପକ୍ଷରୁ ରଖାଯାଇଥିବା ଡଷ୍ଟବିନ୍‌ରେ ଅଳିଆ ଆବର୍ଜନା ବହୁତ ଦିନ ଧରି ପଡ଼ିରହୁଛି। ଫଳରେ ଓ୍ବାର୍ଡବାସୀଙ୍କୁ ଚର୍ମରୋଗ ତଥା ସଂକ୍ରମଣ ଜନିତ ରୋଗ ଆକ୍ରାନ୍ତ କରୁଛି। ବର୍ଷାଦିନ ହୋଇଥିବାରୁ ଡେଙ୍ଗୁ ଜ୍ୱରର ଭୟାବହତା ମଧ୍ୟ ରହିଛି। ପୌରପାଳିକା ପକ୍ଷରୁ ନିଯୁକ୍ତ ଥିବା ସଫେଇ ଠିକାଦାରମାନଙ୍କର ସଫେଇ କର୍ମଚାରୀମାନେ ଉକ୍ତ ଅଳିଆ ଆବର୍ଜନାକୁ ସଫା କରିବା ପାଇଁ ୧୦ରୁ ୨୦ ଟଙ୍କା ମଧ୍ୟ ମାଗୁଛନ୍ତି। ଫଳରେ ଉକ୍ତ ସ୍ଥାନରେ ଅଳିଆ ଆବର୍ଜନା ଭରା ଡଷ୍ଟବିନ୍‌ ବକେଟ୍‌ଗୁଡ଼ିକ ପଡ଼ିରହୁଛି। ୧୫ ଦିନ ପୂର୍ବରୁ ଉକ୍ତ ଆବର୍ଜନାକୁ ସଫା କରାଯାଇଥିଲା। ବର୍ତ୍ତମାନ ଆବର୍ଜନା ପଡ଼ି ଗଦା ହୋଇ ରହିଥିଲେ ହେଁ, ପୌରପାଳିକା ପକ୍ଷରୁ ତାହାକୁ ସଫା କରାଯାଉନାହିଁ ବୋଲି ପୂର୍ବତନ କାଉନସିଲର ଶୈଳେନ୍ଦ୍ର ଜୋରା ତାଙ୍କ ଅଭିଯୋଗରେ କହିଛନ୍ତି। ଏ ସମ୍ପର୍କରେ ଯୋଡ଼ା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri