୭ ପ୍ରକଳ୍ପକୁ ସିଙ୍ଗଲ୍‌ ଓ୍ବିଣ୍ଡୋ କର୍ତ୍ତୃପକ୍ଷଙ୍କ ଅନୁମୋଦନ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟ ସରକାର ୭ ପୁଞ୍ଜିନିବେଶ ପ୍ରକଳ୍ପକୁ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏଥିପାଇଁ ମୋଟ ୧୦୩୬.୩୯ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ୨୭୭୮ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ସରକାର ସୂଚନା ଦେଇଛନ୍ତି। ମଙ୍ଗଳବାର ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସିଙ୍ଗଲ୍‌ ଓ୍ବିଣ୍ଡୋ କର୍ତ୍ତୃପକ୍ଷ ବୈଠକରେ ଏହି ନୂତନ ପ୍ରକଳ୍ପ ଅନୁମୋଦିତ ହୋଇଛି। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରା ପ୍ରକଳ୍ପ ସମ୍ବନ୍ଧରେ ତଥ୍ୟ ଉପସ୍ଥାପନ କରିଥିଲେ। ଖୋର୍ଦ୍ଧା ଜିଲାରେ ସୁପ୍ରିମ୍‌ ଇଣ୍ଡଷ୍ଟ୍ରିର ପ୍ଲାଷ୍ଟିକ, ପିଭିସି ଟାଙ୍କି ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିପାଇଁ ୧୫୧.୩୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ୩୨୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ସରକାର ଦର୍ଶାଇଛନ୍ତି। ସେହିପରି ଭଦ୍ରକରେ ଭାଗୀରଥି ପ୍ୟାକେଜିଂ ପ୍ରାଇଭେଟ ଲିମିଟେଡ୍‌ର ପ୍ରକଳ୍ପ ହେବ। ୬୦.୨୯ କୋଟି ବିନିଯୋଗ ହେବାକୁଥିବା ଏହି ପ୍ରକଳ୍ପରେ ୫୦୦ ଲୋକଙ୍କୁ ନିଯୁକ୍ତି ମିଳିବ। ଭୁବନେଶ୍ୱର ଠାରେ ମେଫେୟାର ହୋଟେଲ ଲିମିଟେଡ୍‌ର ଏକ କନଭେନଶନ କେନ୍ଦ୍ର ହେବ, ଯେଉଁଥିରେ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ୮୫୦ଜଣଙ୍କୁ ନିଯୁକ୍ତି ମିଳିବ। ଖୋର୍ଦ୍ଧା ଜିଲାରେ ଇନ୍‌ଟେକ ଫୁଡ୍‌ ପ୍ରାଇଭେଟ ଲିମିଟେଡ ଦ୍ୱାରା ଚିଙ୍ଗୁଡି ଖାଦ୍ୟ ଉତ୍ପାଦନ ୟୁନିଟ୍‌ ପ୍ରସ୍ତୁତି ପ୍ରିତିଷ୍ଠା ହେବ। ଏଥିପାଇଁ ୧୦୭.୮୮ କୋଟି ଟଙ୍କା ବିନିଯୋଗ କରାଯିବ।୨୦୫ଜଣଙ୍କୁ ନିଯୁକ୍ତି ମିଳିପାରିବ। ଖୋର୍ଦ୍ଧା ଜିଲାରେ ଏକ୍ସପ୍ଲୋର ଫୁଡ ପ୍ରାଇଭେଟ ଲିମିଟେଡ ଦ୍ୱାରା ରେଡି ଟୁ ଇଟ୍‌ ସ୍ନାକ୍ସ ପ୍ରସ୍ତୁତି ୟୁନିଟ୍‌ ପ୍ରତିଷ୍ଠା ହେବ। ଏଥିରେ ୫୧.୪୦ କୋଟି ଟଙ୍କା ବିନିଯୋଗ ହେବା ସହ ୧୯୪ଜଣଙ୍କୁ ନିଯୁକ୍ତି ମିଳିବ। ସେହିପରି ଖୋର୍ଦ୍ଧା ଜିଲାରେ ଚହ୍ଲା ଇନନ୍‌ ପ୍ରାଟେକ ପ୍ରାଇଭେଟ ଲିମିଟେଡ ପକ୍ଷରୁ ୯୯.୪୦ କୋଟି ଟଙ୍କା ବିନିଯୋଗରେ ଏକ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିରେ ୨୩୪ଜଣଙ୍କୁ ନିଯୁକ୍ତି ଦିଆଯିବ। ସୁନ୍ଦରଗଡ ଜିଲାରେ କାଇ ଆନ୍ତର୍ଜାତୀୟ ପ୍ରାଇଭେଟ ଲିମିଟେଡ ଦ୍ୱାରା ୨୬୫.୭୨ କୋଟି ଟଙ୍କା ବିନିଯୋଗରେ ବେନିଫିକେଶନ ଏବଂ ପେଲେଟ ତିଆରି କାରଖାନା ହେବ। ଏଥିରେ ୪୭୫ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri