ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟ ସରକାର ୭ ପୁଞ୍ଜିନିବେଶ ପ୍ରକଳ୍ପକୁ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏଥିପାଇଁ ମୋଟ ୧୦୩୬.୩୯ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ୨୭୭୮ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ସରକାର ସୂଚନା ଦେଇଛନ୍ତି। ମଙ୍ଗଳବାର ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସିଙ୍ଗଲ୍ ଓ୍ବିଣ୍ଡୋ କର୍ତ୍ତୃପକ୍ଷ ବୈଠକରେ ଏହି ନୂତନ ପ୍ରକଳ୍ପ ଅନୁମୋଦିତ ହୋଇଛି। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରା ପ୍ରକଳ୍ପ ସମ୍ବନ୍ଧରେ ତଥ୍ୟ ଉପସ୍ଥାପନ କରିଥିଲେ। ଖୋର୍ଦ୍ଧା ଜିଲାରେ ସୁପ୍ରିମ୍ ଇଣ୍ଡଷ୍ଟ୍ରିର ପ୍ଲାଷ୍ଟିକ, ପିଭିସି ଟାଙ୍କି ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିପାଇଁ ୧୫୧.୩୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ୩୨୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ସରକାର ଦର୍ଶାଇଛନ୍ତି। ସେହିପରି ଭଦ୍ରକରେ ଭାଗୀରଥି ପ୍ୟାକେଜିଂ ପ୍ରାଇଭେଟ ଲିମିଟେଡ୍ର ପ୍ରକଳ୍ପ ହେବ। ୬୦.୨୯ କୋଟି ବିନିଯୋଗ ହେବାକୁଥିବା ଏହି ପ୍ରକଳ୍ପରେ ୫୦୦ ଲୋକଙ୍କୁ ନିଯୁକ୍ତି ମିଳିବ। ଭୁବନେଶ୍ୱର ଠାରେ ମେଫେୟାର ହୋଟେଲ ଲିମିଟେଡ୍ର ଏକ କନଭେନଶନ କେନ୍ଦ୍ର ହେବ, ଯେଉଁଥିରେ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ୮୫୦ଜଣଙ୍କୁ ନିଯୁକ୍ତି ମିଳିବ। ଖୋର୍ଦ୍ଧା ଜିଲାରେ ଇନ୍ଟେକ ଫୁଡ୍ ପ୍ରାଇଭେଟ ଲିମିଟେଡ ଦ୍ୱାରା ଚିଙ୍ଗୁଡି ଖାଦ୍ୟ ଉତ୍ପାଦନ ୟୁନିଟ୍ ପ୍ରସ୍ତୁତି ପ୍ରିତିଷ୍ଠା ହେବ। ଏଥିପାଇଁ ୧୦୭.୮୮ କୋଟି ଟଙ୍କା ବିନିଯୋଗ କରାଯିବ।୨୦୫ଜଣଙ୍କୁ ନିଯୁକ୍ତି ମିଳିପାରିବ। ଖୋର୍ଦ୍ଧା ଜିଲାରେ ଏକ୍ସପ୍ଲୋର ଫୁଡ ପ୍ରାଇଭେଟ ଲିମିଟେଡ ଦ୍ୱାରା ରେଡି ଟୁ ଇଟ୍ ସ୍ନାକ୍ସ ପ୍ରସ୍ତୁତି ୟୁନିଟ୍ ପ୍ରତିଷ୍ଠା ହେବ। ଏଥିରେ ୫୧.୪୦ କୋଟି ଟଙ୍କା ବିନିଯୋଗ ହେବା ସହ ୧୯୪ଜଣଙ୍କୁ ନିଯୁକ୍ତି ମିଳିବ। ସେହିପରି ଖୋର୍ଦ୍ଧା ଜିଲାରେ ଚହ୍ଲା ଇନନ୍ ପ୍ରାଟେକ ପ୍ରାଇଭେଟ ଲିମିଟେଡ ପକ୍ଷରୁ ୯୯.୪୦ କୋଟି ଟଙ୍କା ବିନିଯୋଗରେ ଏକ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିରେ ୨୩୪ଜଣଙ୍କୁ ନିଯୁକ୍ତି ଦିଆଯିବ। ସୁନ୍ଦରଗଡ ଜିଲାରେ କାଇ ଆନ୍ତର୍ଜାତୀୟ ପ୍ରାଇଭେଟ ଲିମିଟେଡ ଦ୍ୱାରା ୨୬୫.୭୨ କୋଟି ଟଙ୍କା ବିନିଯୋଗରେ ବେନିଫିକେଶନ ଏବଂ ପେଲେଟ ତିଆରି କାରଖାନା ହେବ। ଏଥିରେ ୪୭୫ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ସରକାର ସୂଚନା ଦେଇଛନ୍ତି।
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ
ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...
ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି
କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...
ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା
ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...
Archives


