୭ ବର୍ଷ ହେଲା ନାହାନ୍ତି ସ୍ଥାୟୀ ଡାକ୍ତର, ୫ ପଞ୍ଚାୟତର ଲୋକେ ପାଉନାହାନ୍ତି ସ୍ବାସ୍ଥ୍ୟସେବା

ନାଉଗାଁ,୧୧ା୭(ସ୍ବ.ପ୍ର.): ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଯୋଜନା ଉପରେ ଯୋଜନା କରିଚାଲିଛନ୍ତି। ପ୍ରତି ୫ ହଜାର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ୨୫ ହଜାର ଜନସଂଖ୍ୟାକୁ ଆଧାର କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇଛି। ନିରାମୟ ଯୋଜନାରେ ମାଗଣା ଔଷଧ ଦେବାର ବ୍ୟବସ୍ଥା ହୋଇଛି। କିନ୍ତୁ ଏସବୁ ସତ୍ତ୍ୱେ ଆବଶ୍ୟକ ଡାକ୍ତର ଅଭାବ ଯୋଗୁ ଜନସାଧାରଣ ଉପଯୁକ୍ତ ସ୍ବାସ୍ଥ୍ୟସେବା ପାଇପାରୁ ନାହାନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସରକାରୀସ୍ତରରେ ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଫଳରେ ମାସେ କିମ୍ବା ୨ ମାସ ନୁହେଁ, ଦୀର୍ଘ ୭ ବର୍ଷ ଧରି କେତେକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନ ଥିବା ଦେଖିବାକୁ ମିଳୁଛି।
ନାଉଗାଁ ବ୍ଲକ ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖାଦେଇଛି ଏଭଳି ସମସ୍ୟା।
ସୂଚନା ଅନୁଯାୟୀ, ୨୦୧୨ରେ ଏଠାରେ ଥିବା ଡାକ୍ତର ନୃସିଂହ ଚରଣ ଦାସଙ୍କୁ ଅନ୍ୟତ୍ର ବଦଳି କରାଯିବା ପରେ ତାଙ୍କ ସ୍ଥାନରେ ଆଉ କାହାକୁ ନିଯୁକ୍ତି ଦିଆଯାଇନାହିଁ। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୬ ପଞ୍ଚାୟତର ୩୦ ହଜାର ଲୋକ ନିର୍ଭର କରନ୍ତି। ସ୍ଥାୟୀ ଡାକ୍ତର ନ ଥିବାରୁ ଜଣେ ସ୍ବାସ୍ଥ୍ୟ ସେବକଙ୍କ ସହ ରାଷ୍ଟ୍ରୀୟ ବାଲ ବିକାଶ ସଂସ୍ଥାର ଜଣେ ଫାର୍ମାସିଷ୍ଟ ରୋଗୀଙ୍କ ଚିକିତ୍ସା କରୁଛନ୍ତି। ଅନ୍ୟପକ୍ଷରେ ଏହି ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଅଭ୍ୟର୍ଥନା ଗୃହ ନିର୍ମାଣ ହୋଇଥିବାବେଳେ ଶୀତତାପ ନିୟନ୍ତ୍ରିତ କକ୍ଷ ବ୍ୟବସ୍ଥା ହୋଇଛି। ଡାକ୍ତର ନ ଥିବାରୁ ସାଧାରଣ ରୋଗୀ ଖର୍ଚ୍ଚାନ୍ତ ହୋଇ ନାଉଗଁା ଓ ବାଲିକୁଦା ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିବା ପ୍ରକାଶ କରିଛନ୍ତି। ଏଠାରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ସ୍ଥାନୀୟ ଲେକେ ବହୁବାର ଧାରଣା ଓ ଅନଶନ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ନିଯୁକ୍ତି ପାଇଁ ସେମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଅଦ୍ୟାବଧି କୌଣସି ବ୍ୟବସ୍ଥା କରାଯାଇନାହିଁ। ଏ ସମ୍ପର୍କରେ ନାଉଗଁା ସ୍ବାସ୍ଥ୍ୟକେନ୍ଦ୍ରର ଭାରାପ୍ରାପ୍ତ ଅଧିକାରୀ ସୁନନ୍ଦନ ମହାନ୍ତିଙ୍କୁ ପଚାରିବାରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ୪ ଜଣ ଡାକ୍ତରଙ୍କୁ ନିଯୁକ୍ତି ଦିଆଗଲାଣି। କିନ୍ତୁ ସେମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଧରି କିଏ ଡେପୁଟେଶନରେ ତ ଆଉ କିଏ ଅନ୍ୟତ୍ର ବଦଳି ହୋଇଯାଉଛନ୍ତି ବୋଲି କହିଛନ୍ତି। କେଉଁ କାରଣରୁ ୩ ମାସ ମଧ୍ୟରେ ୪ ଜଣ ଡାକ୍ତର ଏଠାରୁ ବଦଳି ହୋଇଗଲେଣି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକତ୍ସା ଅଧିକାରୀ ଡା. ଅଜୟ କୁମାର ପୋଥାଳଙ୍କୁ ପଚାରିବାରେ ସେ କୌଣସି ଉତ୍ତର ନ ଦେଇ ଏଡାଇ ଯାଉଛନ୍ତି। ତେଣୁ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ ସ୍ଥାୟୀ ଡାକ୍ତର ନିଯୁକ୍ତ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri