୭ ମାସ ହେଲା ଏସଇସିସି ଲିଷ୍ଟ ଖୋଜୁଛି ପ୍ରଶାସନ

ଫିରିଙ୍ଗିଆ,୨୨ା୪- ଫିରିଙ୍ଗିଆ ବ୍ଲକ ବନ୍ଧଗଡ ପଞ୍ଚାୟତ ତେଜାମାହା ଗ୍ରାମର କାଣ୍ଡୁଲୁ ଅମାତ। ବୟସ ୬୧ ଟପିଲାଣି। ସ୍ତ୍ରୀ, ଝିଅ ଓ ପୁଅଙ୍କୁ ହରାଇ ବେସାହାରା ହୋଇ ପଡିଥିବାବେଳେ ତାଙ୍କୁ ଆବାସ ଯୋଜନାରେ ଘରଟିଏ ମିଳିନାହିଁ। ଗତ ସେପ୍ଟେମ୍ବର ମାସରେ ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ସେତବେଳେ କୁହାଗଲା ତାଙ୍କ ନାମ ଏସଇସିସି(ସାମାଜିକ ଅର୍ଥନୈତିକ ଜାତି ଗଣନା) ତାଲିକାରେ ଥିଲେ ନିଶ୍ଚିତ ଘର ମିଳିବ। ଯଦି ନାମ ନ ଥିବ, ତାହାଲେ ସର୍ଭେ କରାଯିବ। ସେଥିରେ ତାଙ୍କୁ ସାମିଲ କରି ଆବାସ ଯୋଜନାରେ ଘର ଦିଆଯିବ। ଏକଥା କହିଥିଲେ ଫିରିଙ୍ଗିଆ ବିଡିଓ। ଇତିମଧ୍ୟରେ ୭ ମାସ ବିତିଯାଇଥିଲେ ମଧ୍ୟ କାଣ୍ଡୁଲୁଙ୍କ ନଁା ଏସ୍‌ଇସିସି ତାଲିକାରେ ପ୍ରଶାସନ ଖୋଜୁଛି। ଆଉ କେତେ ଦିନ ଲାଗିବ ଜଣାନାହିଁ। ମାତ୍ର ଏଥର ନିଶ୍ଚିତ ତାଙ୍କୁ ଘର ମିଳିବ ବୋଲି କହିଛନ୍ତି ସରପଞ୍ଚ।

କାଣ୍ଡୁଲୁଙ୍କି ଗୋଟିଏ ଝିଅ ଏବଂ ଗୋଟିଏ ପୁଅ ଥିଲେ। ସେମାନଙ୍କର ମୃତ୍ୟୁ ଘଟିଥିବାବେଳେ ୫/୬ ବର୍ଷ ପୂର୍ବେ ସ୍ତ୍ରୀଙ୍କୁ ବି ହରାଇଛନ୍ତି। ଏବେ ସେ ଏକୁଟିଆ। ନିଜର ଅସହାୟତା ସମ୍ପର୍କରେ  ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ଚାଉଳ ଓ ଭତ୍ତା କରାଇଦେଇଥିଲେ। ହେଲେ ଘର ଖଣ୍ଡିଏ ଦେବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଏସଇସିସି ତାଲିକାରେ ନାଁ ନ ଥିବାରୁ କିଛି କରି ପାରି ନ ଥିଲେ। ଏବେ ଭଙ୍ଗା ଚାଳିଆରେ ଦିନ କାଟୁଛନ୍ତି କାଣ୍ଡୁଲୁ।

ଆଜି ପର୍ଯ୍ୟନ୍ତ ବିଡିଓ ପ୍ରବୀଣ କୁମାର ବାଣୁଆଙ୍କ ସେହି ସମାନ କଥା। ତାଙ୍କ ନାଁ ତାଲିକାରେ ଅଛି କି ନାହିଁ ଆମେ ଦେଖୁଛୁ ବୋଲି କହିଛନ୍ତି। ଏ ସମ୍ପର୍କରେ ସରପଞ୍ଚ ଦମୟନ୍ତୀ କହଁରଙ୍କୁ ପଚାରିବାରୁ ତାଙ୍କ ନାମ ଏସଇସିସି ତାଲିକାରେ ନ ଥିଲା। ଗତ ବର୍ଷ ମେ’ରେ ତାଙ୍କ ନାମ ଦିଆଯାଇଛି। ତାଙ୍କୁ ବିଜୁ ପକ୍କାଘରଟିଏ ଦେବାକୁ ଗତବର୍ଷ ବହୁ ଚେଷ୍ଟା କରିଥିଲି। କୌଣସି କାରଣବଶତଃ ତାହା ହୋଇ ପାରି ନ ଥିଲା। ଚଳିତ ବର୍ଷ ବିଜୁ ପକ୍କାଘର ଆସିଲେ ଅଗ୍ରାଧିକାର ଭିତ୍ତିରେ ଦିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ…

ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ…

ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ…

ସଡ଼କ ଦୁର୍ଘଟଣାରେ ୨ ମୃତ, ମୃତକଙ୍କ ପରିବାରକୁ ଭେଟିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୨୦ା୫ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ବିରିପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ହଂସପୁର ଗ୍ରାମନିବାସୀ…

ଗ୍ରାମକୁ ମଦମୁକ୍ତ ପାଇଁ ଅଣ୍ଟାଭିଡ଼ିଲେ ମହିଳା, ମଦଦୋକାନ ବନ୍ଦ ପାଇଁ ଧାରଣା ଦେଲେ ଗ୍ରାମବାସୀ

ବୁଗୁଡ଼ା,୨୦ା୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରସିଙ୍ଗି ଗ୍ରାମର ମୁଖ୍ୟ ରାସ୍ତା ପାର୍ଶ୍ଵରେ ଥିବା ସରକାରୀ ବିଦେଶୀ ଓ ଦେଶୀ ମଦ ଦୋକାନ ବନ୍ଦ…

ଗାଧୋଇ ଯିବାବେଳେ ଯୁବକଙ୍କୁ ପକାଇଥିଲେ କଟୁରି ଚୋଟ, ଆଜି ଜେଲ୍‌ ଗଲେ

ଦିଗପହଣ୍ଡି,୨୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ବଡ଼ସାହିର ଦୀପକ ସେଠୀଙ୍କ କଟୁରି ଚୋଟରେ ପଡ଼ୋଶୀ ଡି.ବିଜୟ(୪୫) ମଙ୍ଗଳବାର ସକାଳେ ଗୁରୁତର ହୋଇଥିଲେ। ପୂର୍ବାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri