୭ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର, ୧୮।୧୦-ଜଳେଶ୍ୱର ଅବକାରୀ ବିଭାଗ ଦ୍ୱାରା ବୁଧବାର ୩୦୫ ଗ୍ରାମ (୩୨ଲକ୍ଷ ଟଙ୍କା)ର ବ୍ରାଉନ୍‌ସୁଗାର ଧରାପଡ଼ିବା ପରେ ପୁଣି ଗୁରୁବାର ଜଳେଶ୍ୱର ପୋଲିସ ଦ୍ୱାରା ୭୦ଗ୍ରାମ୍‌ର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ହେବ।
ଜଳେଶ୍ୱରରୁ ବ୍ରାଉନ୍‌ସୁଗାର ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ଖବରପାଇ ଗୁରୁବାର ଅପରାହ୍ନ ସମୟରେ ଜଳେଶ୍ୱର ପୋଲିସ ସତ୍‌ସଂଗ ବିହାର ନିକଟ ରାସ୍ତାରେ ତଲାସି ଆରମ୍ଭ କରିଥିଲା। ଏକ ମୋଟର ସାଇକେଲରେ ୨ଜଣ ଯୁବକ ପୋଲିସକୁ ଦେଖି ଖସି ପଳାଇବାକୁ ଉଦ୍ୟମ କରିଥିଲେ। ପୋଲିସ ଜଣକୁ ଧରିବାରେ ସକ୍ଷମ ହୋଇଥିଲା ବେଳେ ଅନ୍ୟ ଜଣେ ମୋଟର ସାଇକେଲରେ ଖସି ପଳାଇଯାଇଥିଲେ। ଧରାପଡ଼ିଥିବା ଯୁବକଙ୍କ ନିକଟରୁ ୭୦ଗ୍ରାମ୍‌ର ବ୍ରାଉନ୍‌ସୁଗାର ଜବତ କରାଯାଇ ତାଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ପଶ୍ଚିମ ମେଦିନୀପୁର ଜିଲା ସବଂ ଥାନା ଲୁଟୁଣିଆ ଗ୍ରାମର ସିଦୁ ମାରାଣ୍ଡି (୪୧)। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଜଳେଶ୍ୱର ଅତିରିକ୍ତ ତହସିଲଦାର କ୍ଷୀରୋଦ ଚନ୍ଦ୍ର ପଣ୍ଡାଙ୍କ ତତ୍ତ୍ୱାବଧାନରେ ପୋଲିସ ଚଢାଉ କରିଥିଲା। ଚଢ଼ାଉରେ ଜଳେଶ୍ୱର ଆଇଆଇସି ପ୍ରଦୀପ କୁମାର ମାଝି, ଓଆଇସି ସତ୍ୟନାରାୟଣ ବଳ ଓ ପୋଲିସ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri