୭ ସ୍ବତନ୍ତ୍ର ଟ୍ରେନ୍‌: ୬ ହଜାରରୁ ଅଧିକ ଶ୍ରମିକଙ୍କ ଘରବାହୁଡ଼ା

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ଲାଗି ଯୋଜନା କରାଯାଇଛି। ୯ଟି ରାଜ୍ୟର ୧୧ଟି ସହରରେ ଏଥିପାଇଁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ହେଉଛି। ଏସବୁ ଟ୍ରେନ୍‌ରେ ୬ ହଜାର ୯ଶହ ୨୬ ଶ୍ରମିକ ଘରକୁ ବାହୁଡ଼ିବେ। ରାଜସ୍ଥାନର ଜୟପୁରରୁ ବିହାରର ପାଟନାକୁ ଚଳାଚଳ କରିଥିବା ସ୍ବତନ୍ତ୍ର ଟ୍ରେନ୍‌ରେ ୧୨୦୦ ଶ୍ରମିକ ଫେରିବେ। ସେହିପରି ରାଜସ୍ଥାନର କୋଟାରୁ ଝାଡ଼ଖଣ୍ଡର ହଟିଆକୁ ୧୦୦୦ ପ୍ରବାସୀ ଶ୍ରମିକ ଆସିବେ। ମହାରାଷ୍ଟ୍ରର ନାସିକ୍‌ରୁ ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ୮୩୯, ମହାରାଷ୍ଟ୍ରର ନାସିକ୍‌ର ମଧ୍ୟପ୍ରଦେଶର ଭୋପାଳକୁ ୩୪୭, ତେଲେଙ୍ଗାନାର ଲିଙ୍ଗମପଲ୍ଲୀରୁ ଝାଡ଼ଖଣ୍ଡର ହଟିଆକୁ ୧୧୪୦ ଶ୍ରମିକ ଫେରିବେ। ସେହିପରି କେରଳର ଏର୍ନାକୁଲମ୍‌ରୁ ଓଡ଼ିଶାର ଭୁବନେଶ୍ୱରକୁ ୧୨୦୦, କେରଳର ଥିରୁବନନ୍ତପୁରମ୍‌ରୁ ଝାଡ଼ଖଣ୍ଡର ହଟିଆକୁ ୧୨୦୦ ଶ୍ରମିକ ଫେରିବେ। ଶ୍ରମିକମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri