୭ ସ୍ବାସ୍ଥ୍ୟକେନ୍ଦ୍ରରେ ୬ ଡାକ୍ତର, ଧାରଣାରେ ବସିଲା ସୂଚନା ଅଧିକାର ଅଭିଯାନ ସଂଘ

ବାଲିଆପାଳ, ୩।୩(ଡି.ଏନ.ଏ./ସ୍ବ.ପ୍ର.)-ବାଲିଆପାଳ ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ଅନ୍ୟ ୭ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଏବେ ୬ଜଣ ଡାକ୍ତର କାର୍ଯ୍ୟ କରୁଛନ୍ତି। ଅବଶିଷ୍ଟ ୧୪ ଡାକ୍ତରୀ ପଦବୀ ଖାଲି ପଡ଼ିଛି। ଫଳରେ ବ୍ଲକରେ ସ୍ବାସ୍ଥ୍ୟସେବା ଠପ୍‌ ହୋଇଯାଇଛି କହିଲେ ଚଳେ। ସରକାରଙ୍କ ୫ଟି ଓ ମୋ ସରକାର ଏଠାରେ ପ୍ରହସନରେ ପରିଣତ ହୋଇଛି। ପ୍ରତିଦିନ ଶହ ଶହ ରୋଗୀ ସମେତ ପ୍ରସୂତି ସ୍ବାସ୍ଥ୍ୟକେନ୍ଦ୍ରକୁୁ ଆସି ନିରାଶ ହୋଇ ଫେରିଯାଉଛନ୍ତି। ଧନୀକ ଶ୍ରେଣୀର ଲୋକମାନେ କଟକ, ଭୁବନେଶ୍ୱରର ବଡ଼ ବଡ଼ ନର୍ସିଂହୋମ୍‌କୁ ଚିକିତ୍ସା ପାଇଁ ଯାଉଥିବାବେଳେ ଗରିବ ମଧ୍ୟବିତ୍ତ ଶ୍ରେଣୀର ରୋଗୀମାନେ ଅଧିକ ଖର୍ଚ୍ଚାନ୍ତ ହେଉଛନ୍ତି। ଡାକ୍ତର ନିଯୁକ୍ତି ପାଇଁ ସ୍ଥାନୀୟ ଅଞ୍ଚଳର ଲୋକମାନେ ବାରମ୍ବାର ବିଧାୟକ, ଏମ୍‌ପି ତଥା ସ୍ବାସ୍ଥ୍ୟବିଭାଗ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଆସିଥିଲେ ମଧ୍ୟ କୌଣସି ସୁଫଳ ମିଳୁନି। ଖାଲି ଥିବା ଡାକ୍ତର ପଦବୀ ପୂରଣ ଓ ଉତ୍ତମ ସ୍ବାସ୍ଥ୍ୟସେବା ଦାବିରେ ମଙ୍ଗଳବାର ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ବାଲିଆପାଳ ସୂଚନା ଅଧିକାର ଅଭିଯାନ ସଂଘର ଅନୁଜ କୁମାର ମହାପାତ୍ର, କାଳିପଦା ଗଣଚେତନା ମଞ୍ଚର କୁଶଧ୍ୱଜ ଜେନା, ଗୋପୀନାଥ ଗଙ୍ଗାଇ, ଶରତ ପାତ୍ର, ପ୍ରହ୍ଲାଦ ଘଡ଼ାଇ, ଦେବେନ୍ଦ୍ର ଦାସ, ବଳରାମ ବେହେରା, କାହ୍ନୁଚରଣ ପାତ୍ର, ଅକ୍ଷୟ ଦାସ ପ୍ରମୁଖ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗଣଧାରଣାରେ ବସିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ ଡା. ଭାଗିରଥୀ ମୁର୍ମୁ ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଧାରଣା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri