ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ମଙ୍ଗଳବାର ଏକ ନବଜାତ ଶିଶୁ ପୁତ୍ରକୁ ବିକ୍ରି କରାଯାଇଥିବା ଚର୍ଚ୍ଚା ହେଉଛି। ତେବେ ସମ୍ପୃକ୍ତ ଶିଶୁପୁତ୍ରକୁ ଉଦ୍ଧାର ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଘଟଣାର ଖୋଳତାଡ଼ କରାଯିବ ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀଶଙ୍କର ବେହେରା ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ହୁଲୁରିସିଂହା ଅଞ୍ଚଳର ମହିଳା ଜଣଙ୍କର ପୂର୍ବରୁ ଦୁଇଟି ସନ୍ତାନ ରହିଛନ୍ତି। ତେବେ ଆର୍ଥତ୍କ ଅନଟନ କାରଣରୁ ସେ ତୃତୀୟ ଗର୍ଭକୁ ରଖିବାକୁ ଚାହିଁ ନ ଥିଲେ। କିନ୍ତୁ ଅନୁଗୋଳର ଜଣେ ସହୃଦୟ ବ୍ୟକ୍ତି ସମ୍ପୃକ୍ତା ଗର୍ଭବତୀଙ୍କ ଯତ୍ନ ନେଉଥିଲେ। ତାଙ୍କୁ ନିୟମିତ ଚିକିତ୍ସା ସେବା ଯୋଗାଇ ଦେଉଥିଲେ। ମହିଳା ଜଣକ ଏକ ଶିଶୁ ସନ୍ତାନ ଜନ୍ମ ହେବା ପରେ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେଇଥିବା ଚର୍ଚ୍ଚା ହୋଇଥିଲା। ଏ ନେଇ ସ୍ଥାନୀୟ ଆଶାକର୍ମୀ ସୂଚନା ପାଇ ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଅବଗତ କରିଥିଲେ। ପରେ ଶିଶୁପୁତ୍ରକୁ ଉଦ୍ଧାର କରାଯାଇ ପ୍ରଥମେ ଶିଶୁ ସୁରକ୍ଷା ସମିତି ଓ ପରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା ବୋଲି ଶିଶୁ ସୁରକ୍ଷା ଅଧିକାରୀ ବେହେରା ସୂଚନା ଦେଇଛନ୍ତି। ତେବେ ବିକ୍ରି କରାଯିବା ନେଇ ହେଉଥିବା ଅଭିଯୋଗର କଣସି ତଦନ୍ତ କରାଯାଇ ନାହିଁ। ଆଗାମୀ ଦିନରେ ଏ ନେଇ ତଦନ୍ତ କରାଯିବ ବୋଲି ବେହେରା ପ୍ରକାଶ କରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
‘ଢେମ୍ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ
ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…
ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…
ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…
ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ
ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…
ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି
ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…
ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…
ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା
ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…
ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…
ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି
ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

