୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯୋଡ଼ା, ୧୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି । ଉକ୍ତ ଓ୍ବାର୍ଡର ପୋଷ୍ଟ ଓଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡି ପରିବେଶ ପ୍ରଦୂଷିତ ହେଉଛି । ଦୀର୍ଘଦିନ ଧରି ଅଳିଆ ଆବର୍ଜନା ପଡିରହିବାରୁ ସେଥିରୁ ଦୁର୍ଗନ୍ଧ ବାହାରୁଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୌରପାଳିକାରେ ନିୟୋଜିତ ଥିବା ସଫେଇ ଠିକାଦାରମାନେ ସଫା କରୁନଥିବାରୁ ଏହି ପରିସ୍ଥିତି ଉପୁଜିଛି ବୋଲି ଓ୍ବାର୍ଡବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଯୋଡା ପୌରପାଳିକା ୭ନଂ ଓ୍ବାର୍ଡରେ ପୂର୍ବତନ କାଉନସିଲର ଶୈଳେନ୍ଦ୍ର ଜୋରା ତାଙ୍କ ଅଭିଯୋଗରେ କହିଛନ୍ତି ଯେ, ପରିମଳ ବ୍ୟବସ୍ଥା ନେଇ ସେ ବାରମ୍ବାର ପୌରପାଳିକାର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ, ଏଥିପ୍ରତି ଦୃଷ୍ଟି ଦିଆଯାଉନାହିଁ । ଏପରିକି ପୌରପାଳିକାର ପରିମଳ ଅଧିକାରୀଙ୍କୁ ଏନେଇ ଫୋନ ଯୋଗେ ଅଭିଯୋଗ କରିଥିଲେ ହେଁ, ଅଧିକାରୀ ଆସିନଥିବା ପୂର୍ବତନ କାଉନସିଲର କହିଛନ୍ତି। ପୌରପାଳିକା ପକ୍ଷରୁ ରଖାଯାଇଥିବା ଡଷ୍ଟବିନ୍‌ରେ ଅଳିଆ ଆବର୍ଜନା ବହୁତ ଦିନ ଧରି ପଡିରହୁଛି । ଉକ୍ତ ସ୍ଥାନରେ ଛୋଟ ଛୋଟ ପିଲାମାନେ ଖେଳୁଥିବାରୁ ଅନେକ ସମୟରେ ସେମାନଙ୍କୁ ତଥା ଓ୍ବାର୍ଡବାସୀଙ୍କୁ ଚର୍ମରୋଗ ତଥା ସଂକ୍ରମଣଜନିତ ରୋଗ ଆକ୍ରାନ୍ତ କରୁଛି । ବର୍ଷାଦିନ ହୋଇଥିବାରୁ ଅଳିଆଆବର୍ଜନା ଜମା ରହିବାରୁ ଆଗାମୀ ଦିନରେ ଡେଙ୍ଗୁ ଜ୍ୱରର ଭୟାବହତା ମଧ୍ୟ ରହିଛି । ଏ ସମ୍ପର୍କରେ ଯୋଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri