୭ମ ଅର୍ଥନୈତିକ ଗଣନା-୨୦୧୯ ଆରମ୍ଭ:ଠିକ୍‌ ତଥ୍ୟ ସଂଗ୍ରହରେ ହେବ ଆର୍ଥିକ ବିକାଶ

ଢେଙ୍କାନାଳ ଅଫିସ,୨୭ା୮

ଭାରତ ସରକାରଙ୍କ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ୭ମ ଅର୍ଥନୈତିକ ଗଣନା ୨୦୧୯ ସୋମବାର ପୂର୍ବାହ୍ନରେ ଜିଲା କାର୍ଯ୍ୟାଳୟ ପରିସରରେ ଶୁଭାରମ୍ଭ ହୋଇଛି। ସବୁଜ ପତାକା ଦେଖାଇ ଜିଲାପାଳ ଭୂମେଶଚନ୍ଦ୍ର ବେହେରା କାର୍ଯ୍ୟକ୍ରମକୁ ଆରମ୍ଭ କରିବା ସହ ସମସ୍ତ ଗଣନାକାରୀ ଦାୟିତ୍ୱବାନ ହୋଇ ନିଜର ଉତ୍ତରଦାୟିତ୍ୱ ନିର୍ବାହ କରିବାକୁ ପରାମର୍ଶ ଦେଇଥିଲେ। ନିର୍ଭୁଲ ତଥା ଠିକ୍‌ ତଥ୍ୟ ସଂଗ୍ରହ ଦ୍ୱାରା ଜିଲାର ଆର୍ଥିକ ବିକାଶ ସମ୍ଭବ ହେବ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ଏହି ଅର୍ଥନୈତିକ ଗଣନା ଆଗାମୀ ୩ ମାସ ମଧ୍ୟରେ ଶେଷ ହେବ। ଗଣନାର ସୁପରଭାଇଜର ଓ ନୋଡାଲ ଅଧିକାରୀମାନେ ଗଣନାକାରୀମାନଙ୍କୁ ଉପଯୁକ୍ତ ତାଲିମ ଦେବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ତଥ୍ୟ ସଂଗ୍ରହ ବେଳେ ଜିପିଏସ୍‌ ସମ୍ବନ୍ଧୀୟ ଓ ଦୋହରା ତଥ୍ୟ ଏଡାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଜିଲାର ସମସ୍ତ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସହିତ ହସ୍ତତନ୍ତ ଓ କୁଟୀର ଶିଳ୍ପ ଇତ୍ୟାଦିର ଗଣନା ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହେବ। ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମସ୍ତ ଉଦ୍ୟୋଗ, ହସ୍ତତନ୍ତ ଓ କୁଟୀରଶିଳ୍ପ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଇତ୍ୟାଦିଙ୍କ ପାଇଁ ଏହା ପ୍ରଯୁଜ୍ୟ ହେବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ସମସ୍ତ ଗ୍ରାମ ଓ ସହରରେ ଥିବା ଅର୍ଥନୈତିକ ଉଦ୍ୟୋଗଗୁଡିକର ଗଣନା ଜିଲାର ଜନସେବା କେନ୍ଦ୍ର ପରିଚାଳକଙ୍କ ଦ୍ୱାରା ସମ୍ପାଦିତ ହେବ ବୋଲି ଯୋଜନା ବିଭାଗର ଉପନିର୍ଦ୍ଦେଶକ ସରୋଜ କୁମାର ସେଠୀ କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଥିଲେ। ଜିଲାର ଘରକୁ ଘର ବୁଲି ଗଣନାକାରୀମାନେ ମୋବାଇଲ ଆପ୍‌ରେ ସୂଚନା ଲୋଡିଂ କରିବେ। ଜିଲାରେ ପ୍ରାୟ ୯୦୦ ଗଣନାକାରୀ ଏଥିପାଇଁ ନିୟୋଜିତ ହୋଇଛନ୍ତି। ପ୍ରତି ୫ ବର୍ଷରେ ଥରେ ଏହି ଅର୍ଥନୈତିକ ଗଣନା କରାଯାଇଥାଏ। କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍‌ଓ ଏସ୍‌ସି ବେହେରା, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକ, ଯୋଜନା ବିଭାଗର ସହକାରୀ ନିର୍ଦ୍ଦେଶକ କୈଳାସଚନ୍ଦ୍ର ସେଠୀ, ଜନସେବା କେନ୍ଦ୍ରର ଜିଲା ପରିଚାଳକ ରାକେଶ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଢେଙ୍କାନାଳ ପୌରାଞ୍ଚଳର ଜନସେବା କେନ୍ଦ୍ରର ସ୍ବତ୍ୱାଧିକାରୀମାନେ ଅଂଶଗ୍ରହଣ କରିଥିଲେ। ଗଣନାକାରୀମାନେ କୌଣସି ଅସୁବିଧାର ସମ୍ମୁଖୀନ ହେଲେ ଟୋଲ ଫ୍ରି ନମ୍ବର ୧୮୦୦-୩୦୦୦-୩୪୬୮ରେ ନିଜ ଆଞ୍ଚଳିକ ଭାଷାରେ ଯୋଗାଯୋଗ କରିପାରିବେ ବୋଲି ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri