ଅନୁଗୋଳ ଅଫିସ୍, ୨୯।୧ – ଅନୁଗୋଳର ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘ ମେଳା ଆସନ୍ତା ୭ ତାରିଖରୁ ଆରମ୍ଭ ହେବ। ଏହାର ସୁପରିଚାଳନା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନିକସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ମେଳାର ସଫଳ ଆୟୋଜନ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ବିଶେଷ ପଦକ୍ଷେପ ନେବାକୁ ଉପଜିଲାପାଳ ପରାମର୍ଶ ଦେଇଛନ୍ତି। ଜନ ସମାଗମକୁ ଦୃଷ୍ଟିରେ ରଖି ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଏକ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯିବ। ମେଳାରେ ପ୍ରାଥମିକ ଚିକିତ୍ସା ସହ ଏକ ଆମ୍ବୁଲାନ୍ସର ବ୍ୟବସ୍ଥା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ପାନୀୟ ଜଳ ଯୋଗାଣ ସହ ପରିମଳ ବ୍ୟବସ୍ଥା କରିବାକୁ ଉପଜିଲାପାଳ ବିଭାଗୀୟ ଯନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ମହିଳାମାନଙ୍କ ପାଇଁ ୨ଟି ଅସ୍ଥାୟୀ ଶୌଚାଳୟ ପ୍ରତିଷ୍ଠା କରିବା ସହ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଣ, ମହିମାଗାଦିକୁ ଯାଇଥିବା ରାସ୍ତାରେ ଖାଲଖମା ମରାମତି କରିବାକୁ ସମ୍ପୃକ୍ତ ବିଭାଗକୁ ପରାମର୍ଶ ଦିଆଯାଇଛି। ଅଙ୍ଗାରବନ୍ଧ ପଞ୍ଚାୟତ ରାସ୍ତା କାମ କରିବାକୁ ସମ୍ପୃକ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ଅଗ୍ନି ନିର୍ବାପକ ସଂସ୍ଥା ସଜାଗ ରହିବା ସହ ମେଳାରେ ବିକ୍ରି ହେଉଥିବା ଖାଦ୍ୟର ଯାଞ୍ଚ କରିବାକୁ ବୈଠକରେ କୁହାଯାଇଥିଲା। ଅନୁଗୋଳ ତହସିଲଦାର ନେହେରୁ ମାଝି ରାଜସ୍ବ ନିରୀକ୍ଷକଙ୍କ ସହ ଉକ୍ତ ସ୍ଥାନକୁ ଯାଇ ମେଳା ପଡ଼ିଆକୁ ଅନୁଧ୍ୟାନ କର ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଉପଜିଲାପାଳଙ୍କୁ ଅବଗତ କରାଇବେ। ସେହିପରି ଅନୁଗୋଳ ପୌରପାଳିକା ଦ୍ୱାରା ପଲିଥିନ ବ୍ୟବହାର ବନ୍ଦ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଉପଖଣ୍ଡ ପୋଲିସ ଅଧିକାରୀ ଅଶ୍ୱିନୀ କୁମାର ଦାସ, ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଅମରେନ୍ଦ୍ରନାଥ ମହାନ୍ତି, ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ, ଅଙ୍ଗାରବନ୍ଧ ସରପଞ୍ଚ ବସନ୍ତ କୁମାର ମହାଳିକ, ମାଘମେଳା କମିଟିର ସଦସ୍ୟ ବିଜ୍ଞାନ ବେହେରା, ମହିମା ଆଶ୍ରମର ବାବା ଅରୂପ ଦାସ, ବିଶ୍ୱନାଥ ଦାସ, ସୁରେନ୍ଦ୍ର ଦାସଙ୍କ ସମେତ ବିଭିନ୍ନ ବିଭାଗର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।
Posted inଅନୁଗୋଳ, ଆମ ଜିଲା ଖବର View All
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…
ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା
ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…
ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…
ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…
ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ
ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…
Archives

