୭ରୁ ଭିତରକନିକା ମହୋତ୍ସବ: ପ୍ରସ୍ତୁତି କାର୍ଯ୍ୟର ସ୍ଥିତି ପରଖିଲେ ଜିଲାପାଳ

ଋାଜନଗର, ୫।୨ (ଡି.ଏନ୍‌.ଏ.):ଆସନ୍ତା ୭ ତାରିଖରୁ ରାଜନଗର-ଭିତରକନିକା ମୁଖ୍ୟରାସ୍ତା ପାର୍ଶ୍ୱ ନଳିତାପାଟିଆଠାରେ ପ୍ରଥମ କରି ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ତରଫରୁ ଏହି ୩ ଦିନିଆ ମହୋତ୍ସବ ଆୟୋଜନ କରାଯାଉଛି। ଏ ନେଇ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲାପାଳ ମହୋତ୍ସବ ପଡ଼ିଆଠାରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ଏଥିସହ ମହୋତ୍ସବକୁ କିପରି ସରସ ସୁନ୍ଦର କରିହେବ ଓ ଗମନାଗମନ ସୁବିଧା ନିମନ୍ତେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଏବଂ ଲୋକ ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ। ପୂର୍ବାହ୍ନ ୧୦ଟା ସମୟରେ ଜିଲାପାଳ ବର୍ମା ରାଜନଗରରେ ପହଞ୍ଚତ୍ ହଂସୁଆ ନଦୀତଟରେ ନିର୍ମାଣାଧୀନ ବିଜୁ ଶିଶୁ ଉଦ୍ୟାନ କାର୍ଯ୍ୟ ତଦାରଖ କରିଥିଲେ। ଏହାପରେ ଭିତରକନିକା ଜାତୀୟ ଉଦ୍ୟାନ ସଂଲଗ୍ନ ଡାଙ୍ଗମାଳ ପଞ୍ଚାୟତଠାରେ ନିର୍ମାଣ କରାଯାଉଥିବା ପାର୍କ କାର୍ଯ୍ୟକୁ ଅନୁଧ୍ୟାନ କରି ସନ୍ତୋଷ ବ୍ୟକ୍ତ କରିଥିଲେ। ଜିଲାପାଳ ବର୍ମାଙ୍କ ଏହି ଗସ୍ତ ସମୟରେ ଉପଜିଲାପାଳ ଜ୍ୟୋତିଶଙ୍କର ମହାପାତ୍ର, ତହସିଲଦାର ଦିବ୍ୟେନ୍ଦୁ କୁମାର ଦାସ, ବିଡିଓ ମନ୍ଦରଧର ମହାଳିକ, ସହକାରୀ ନିର୍ବାହୀଯନ୍ତ୍ରୀ ଇଂ. ଜଳଧର ବେହେରା, କନିଷ୍ଠଯନ୍ତ୍ରୀ ଦେବରଞ୍ଜନ ବେହେରା, ପ୍ରଭାତ କୁମାର ମାଝି, ଡାଙ୍ଗମାଳ ସରପଞ୍ଚ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଥାଉ କି, ୩ ଦିନିଆ ଏହି ମହୋତ୍ସବ ଅବସରରେ ପଲ୍ଲିଶ୍ରୀ ମେଳା ସହ ଜିଲାର ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ପ୍ରସ୍ତୁତ ହାତ ତିଆରି ବିଭିନ୍ନ ସାମଗ୍ରୀ ବିକ୍ରି ପାଇଁ ଷ୍ଟଲ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri