୭ରେ ଦିବ୍ୟାଙ୍ଗ ନିଯୁକ୍ତି ମେଳା : ଅଂଶଗ୍ରହଣ କରିବେ ୩୦ ଆଇଟି କମ୍ପାନୀ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିବ୍ୟାଙ୍ଗମାନଙ୍କ ପାଇଁ ରାଜଧାନୀରେ ହେବ ନିଯୁକ୍ତି ମେଳା। ଶାନ୍ତିଧାମ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ଏହି ମେଳାକୁ ଦେଶ ବିଦେଶର ୩୦ ଆଇଟି କମ୍ପାନୀ ଆସିବେ। ଏଥି ମଧ୍ୟରେ ଆମେରିକାର ଦୁଇଟି ଆଇଟି କମ୍ପାନୀ ମଧ୍ୟ ରହିଛି। କେନ୍ଦ୍ର ସରକାରଙ୍କ ଏସ୍‌ଟିପିଆଇ ସମେତ ନାସକମ୍‌ ଓ ଆଇଟିଏ ଭଳି ସଂସ୍ଥା ସହଯୋଗରେ ପ୍ରଥମଥର ପାଇଁ ଏଭଳି ନିଯୁକ୍ତି ମେଳା ଆୟୋଜନ କରାଯାଉଛି। ଆସନ୍ତା ୭ ତାରିଖ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ଏହା ଅନୁଷ୍ଠିତ ହେବ। ରବିବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଫାଉଣ୍ଡେଶନ ମୁଖ୍ୟ କାର୍ଯ୍ୟନିର୍ବାହୀ ସୌଭାଗ୍ୟ ରାଉତରାୟ ଏହି ସୂଚନା ଦେଇଛନ୍ତି। ଏହି ନିଯୁକ୍ତି ମେଳା ଦିବ୍ୟାଙ୍ଗମାନଙ୍କ ମଧ୍ୟରେ ଆତ୍ମ ପ୍ରତ୍ୟୟ ସୃଷ୍ଟି କରିବା ସହ ସେମାନଙ୍କୁ ଆଗକୁ ବଢ଼ିବା ପାଇଁ ଉତ୍ସାହିତ କରିବ ବୋଲି ସେ କହିଛନ୍ତି। ପୂର୍ବରୁ ନିଯୁକ୍ତି ମେଳାରେ ଅଂଶଗ୍ରହଣ କରିବା ନିମନ୍ତେ ଆବେଦନ କରିଥିବା ପ୍ରତ୍ୟାଶୀମାନଙ୍କ ସହ ଆଶାୟୀ ପ୍ରାର୍ଥୀମାନେ ମଧ୍ୟ ଏଥିରେ ଅଂଶଗ୍ରହଣ କରିପାରିବେ। ଉକ୍ତ ଦିନ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ଉପଯୁକ୍ତ ପ୍ରମାଣପତ୍ର ସହ ରେଜିଷ୍ଟ୍ରେଶନ କରିପାରିବେ ବୋଲି ଫାଉଣ୍ଡେଶନ ସଭାପତି ଡ. ଅମ୍ବିକା ଦାସ କହିଛନ୍ତି।
ଚଳିତ ବର୍ଷ ଫାଉଣ୍ଡେଶନ ପକ୍ଷରୁ ଦିବ୍ୟାଙ୍ଗମାନଙ୍କ ଅନ୍ତର୍ନିହିତ ପ୍ରତିଭା ଅନ୍ବେଷଣ ଓ ଅଭିବୃଦ୍ଧି ନିମନ୍ତେ ‘ଝୁମ୍‌ ଇଣ୍ଡିଆ’ ତୃତୀୟ ସଂସ୍କରଣ ଆସନ୍ତା ୭ ଓ ୮ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟତଃ ଚିତ୍ରାଙ୍କନ, ଅଭିନୟ, ଅନୁକରଣ ଏବଂ ନୃତ୍ୟ, ଗୀତ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏନେଇ ସାରା ଦେଶରୁ ଆବେଦନ କରିଥିବା ୧୮୦୦ରୁ ଊର୍ଦ୍ଧ୍ୱ ପ୍ରତିଭାବାନ ଦିବ୍ୟାଙ୍ଗ ଯୁବତୀଯୁବକମାନଙ୍କ ମଧ୍ୟରୁ ୧୦୦ ଜଣଙ୍କୁ ମନୋନୀତ କରାଯାଇଛି, ଯେଉଁମାନେ ପ୍ରତିଯୋଗିତାରେ ଭାଗ ନେବେ। ଶ୍ରେଷ୍ଠ ବିବେଚିତ ପ୍ରତିଯୋଗୀଙ୍କୁ ଏହି ଅବସରରେ ଆର୍ଥିକ ପୁରସ୍କାର ପ୍ରଦାନ କରାଯିବା ସହ ସେମାନଙ୍କ ପ୍ରତିଭାର ଅଭିବୃଦ୍ଧି ନିମନ୍ତେ ଅନୁଷ୍ଠାନ ତରଫରୁ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବାର ବ୍ୟବସ୍ଥା ରହିଛି। ଆସନ୍ତା ୮ ତାରିଖ ସନ୍ଧ୍ୟାରେ ଇଷ୍ଟକୋଷ୍ଟ ରେଲୱେ ଅଡିଟୋରିୟମ୍‌ରେ ଦିବ୍ୟାଙ୍ଗମାନେ ସେମାନଙ୍କ ପ୍ରତିଭା ପ୍ରଦର୍ଶନ କରିବେ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦନ କରି ସୁନାମ ଅର୍ଜନ କରିଥିବା ଶ୍ରେଷ୍ଠ ୫ ଦିବ୍ୟାଙ୍ଗ ଯୁବତୀଯୁବକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଫାଉଣ୍ଡେଶନ ଜାତୀୟ ମୁଖ୍ୟ କୋମାଲିକା ଚକ୍ରବର୍ତ୍ତୀ, ଅପରେଶନ ହେଡ୍‌ ଲିଲୁ ରାଉତରାୟ, କୋର କମିଟି ମୁଖ୍ୟ ସୂର୍ଯ୍ୟ ମହାନ୍ତି ଏବଂ ଯୁଗ୍ମସମ୍ପାଦକ ଗୁରୁପ୍ରସାଦ ଦାସ ପ୍ରମୁଖ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri