୭୦ ବିଲିୟନ ଡଲାର ନିବେଶ କରିବ ଇସ୍ପାତ ମନ୍ତ୍ରଣାଳୟ

କଲିକତା,୧୨-୧: ଦେଶର ଇସ୍ପାତ କ୍ଷେତ୍ର କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ୭୦ ବିଲିୟନ ଡଲାର ନିବେଶ କରିବ। ଏହି ନିବେଶ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ହେବ। ଏ ନେଇ ମନ୍ତ୍ରଣାଳୟ ବିଚାର କରୁଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର କହିଛନ୍ତି। କଲିକତାଠାରେ ପୂର୍ବୋଦୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ପ୍ରଧାନ କହିଛନ୍ତି ଯେ, ସରକାରଙ୍କ ଏଭଳି କାର୍ଯ୍ୟକ୍ରମ ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥା ଆଡକୁ ଭାରତକୁ ଅଗ୍ରସର କରାଇବ। ପୂର୍ବ ଭାରତ ରାଜ୍ୟଗୁଡିକରେ ବିପୁଳ ସମ୍ଭାବନା ରହିଛି। ଏହି ରାଜ୍ୟଗୁଡିକରେ ବିପୁଳ ପରିମାଣର ପ୍ରାକୃତିକ ସମ୍ବଳ ଥିବା ସତ୍ତ୍ୱେ ଆର୍ଥତ୍କ ବିକାଶ କ୍ଷେତ୍ରରେ ବହୁ ପଛରେ ରହିଛି। ତେଣୁ ସମନ୍ବିତ ଇସ୍ପାତ ହବ ଜରିଆରେ ଇସ୍ପାତ କ୍ଷେତ୍ରରେ ଦ୍ରୁତ ବିକାଶ ଦ୍ୱାରା ପୂର୍ବୋଦୟ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ପ୍ରଧାନ ମତ ରଖିଛନ୍ତି।
ସେ କହିଛନ୍ତି, କେନ୍ଦ୍ର ସରକାର ପୂର୍ବ ଭାରତ ରାଜ୍ୟଗୁଡିକର ବିକାଶକୁ ଏବେ ଧ୍ୟାନରେ ରଖିଛନ୍ତି। ଏହି ଅଞ୍ଚଳର ଅଧା ଜିଲା ଦେଶର ଆକାଂକ୍ଷୀ ଜିଲା ମଧ୍ୟରେ ନିଜକୁ ସାମିଲ କରି ପାରିଛନ୍ତି। ଏହି ଅଞ୍ଚଳରେ ଭିତ୍ତିଭୂମି ବିକାଶ ନେଇ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ଅଛନ୍ତି। ବିଂଶ ଶତାଦ୍ଦୀ ଜ୍ଞାନ ଏବଂ ଟେକ୍ନୋଲୋଜିର ଶତାଦ୍ଦୀ ହେବାକୁ ଯାଉଛି। ଏହି ଆଧାରରେ ନୂଆ ଟେକ୍ନୋଲୋଜି ଅର୍ଥନୀତି ଏବଂ ସମାଜର ପରିବର୍ତ୍ତନରେ ସହାୟକ ହେଉଛି। ପ୍ରସ୍ତାବିତ ସମନ୍ବିତ ଷ୍ଟିଲ ହବ୍‌ ଓଡ଼ିଶା,ଝାଡଖଣ୍ଡ, ଛତିଶଗଡ, ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ ଏବଂ ଆନ୍ଧ୍ର ପ୍ରଦେଶର ସାମାଜିକ ଆର୍ଥତ୍କ ବିକାଶକୁ ତ୍ୱରାନ୍ବିତ କରିବ ବୋଲି ପ୍ରଧାନ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?