୭୩ ବର୍ଷ ପରେ ଗଁ।କୁ ବିଜୁଳି ଆଲୁଅ

ଆଠମଲ୍ଲିକ, ୯ା୨(ଡି.ଏନ.ଏ.) – ସ୍ବାଧୀନତାର ୭୩ ବର୍ଷ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମଇମୁରା ପଞ୍ଚାୟତର ବିପ୍ରଡିହ ଗ୍ରାମରେ ଜଳିଛି ବିଜୁଳି ଆଲୁଅ। ଏହାକୁ ନେଇ ଖୁସିବ୍ୟକ୍ତ କରିଛନ୍ତି ଗଁ। ଲୋକେ। ବହୁ ବିଳମ୍ବ ହେଲେ ବି ଶେଷରେ ଗଁ।କୁ ବିଦ୍ୟୁତ୍‌ ସଂଯୋଗ ମିଳିବା ସେମାନଙ୍କ ପାଇଁ ବଡ଼ ଆନନ୍ଦର ବିଷୟ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି।


ଗ୍ରାମରେ ଥିବା ୮୦ରୁ ଊର୍ଦ୍ଧ୍ୱ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରାନ୍ସଫର୍ମର ବସିଛି। ବଇଣ୍ଡା ସେସୁ ଏସ୍‌ଡିଓ ମୋହନ ନାଏକ ଏହି ଟ୍ରାନ୍ସଫର୍ମର ଉଦ୍‌ଘାଟନ କରିଥିଲେ। ଦୀନଦୟାଲ ଉପାଧ୍ୟାୟ ଗ୍ରାମ ଜ୍ୟୋତି ଯୋଜନାରେ ଏହି ବଣ ପାହାଡ଼ ଘେରା ଗ୍ରାମକୁ ବିଦ୍ୟୁତୀକରଣ କରାଯାଇଛି। ଏନ୍‌ଟିପିସି ଲିମିଟେଡ ଏହି କାର୍ଯ୍ୟର ଟେଣ୍ଡର ନେଇଥିବାବେଳେ ହାଇଦ୍ରାବାଦର ଏମ୍‌ଏସ୍‌ ବିଶ୍ୱନାଥ ପ୍ରାଇଭେଟ ଲିମିଟେଡ କାର୍ଯ୍ୟ ସବ୍‌ଲେଟ ନେଇଥିବା ଏସ୍‌ଡିଓ ପ୍ରକାଶ କରିଛନ୍ତି। ଆସନ୍ତା ୭ ଦିନ ମଧ୍ୟରେ ଗ୍ରାମର ସମସ୍ତ ଘରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗ୍ରାମର ୩ କିମି ଦୂର ଅନ୍ୟ ଗ୍ରାମରେ ବିଦ୍ୟୁତ ବ୍ୟବସ୍ଥା ଥିବା ବେଳେ ବିପ୍ରଡିହକୁ ସଂଯୋଗ ଦେବା ପାଇଁ ଦୀର୍ଘ ଦିନରୁ ସ୍ଥାନୀୟ ଲୋକେ ଦାବି କରିଆସୁଥିଲେ। ଏହି କାର୍ଯ୍ୟକ୍ରମରେ ସେସୁ କନିଷ୍ଠଯନ୍ତ୍ରୀ ଉମାକାନ୍ତ ମାଝି, ଗାଁ ସଭାପତି ଅରକ୍ଷିତ ନାଏକ, ପୂର୍ବତନ ସରପଞ୍ଚ ରମେଶ ଚନ୍ଦ୍ର ପ୍ରଧାନ, ସାମାଜିକ କର୍ମୀ ଶତ୍ରୁଘନ ସାହୁ, ସାମ୍ବାଦିକ ସଂଘ ସଭାପତି ପିନା ମହାପାତ୍ର, ବିଜୟ ପ୍ରଧାନ, ଏନ୍‌ଟିପିସି ବିଲିଂ କୋଅର୍ଡିନେଟ୍‌ର୍‌ ମାନସ ରଞ୍ଜନ ଦାସ, ବିଶ୍ୱନାଥ ପ୍ରାଇଭେଟ୍‌ ଲି.ର ଇଂ. ମନୋଜ କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri