Posted inଜାତୀୟ

୭୩ ବର୍ଷରେ ଭାରତ ଆସିଛନ୍ତି ୬ ଆମେରିକା ରାଷ୍ଟ୍ରପତି: ଟ୍ରମ୍ପ ୭ମ

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ଏନେଇ ଭାରତ ସରକାରଙ୍କ ପକ୍ଷରୁ ଜୋର୍‌ସୋର୍‌ ପ୍ରସ୍ତୁତି ଜାରି ରହିଛି।  ଭାରତ ସ୍ବାଧୀନ ହେବାର ଗତ ୭୩ ବର୍ଷ ମଧ୍ୟରେ ୬ ଜଣ ଆମେରିକା ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି। ଟ୍ରମ୍ପ୍‌ଙ୍କୁ ମିଶାଇଲେ ଏହି ସଂଖ୍ୟା ୭ ହେବ। ୧୯୫୯ ଡିସେମ୍ବରରେ ପ୍ରଥମ ଆମେରିକା ରାଷ୍ଟ୍ରପତି ଭାବେ ଡି. ଆଇଜନହାଓ୍ବର ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ସମୟରେ ଭାରତ ଗସ୍ତରେ ଆସିଥିଲେ। ସେ ଭାରତୀୟ ସଂସଦର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେଇଥିଲେ। ତାଜମହଲ ଦେଖିବା ପାଇଁ ଆଇଜନହାଓ୍ବର ଆଗ୍ରା ଗସ୍ତ କରିଥିଲେ। ଏହା ସହିତ ଦିଲ୍ଲୀର ରାମଲୀଳା ମଇଦାନରେ ଏକ ରାଲିକୁ ମଧ୍ୟ ସେ ସମ୍ବୋଧିତ କରିଥିଲେ। ୧୯୬୯ ଜୁଲାଇ ୩୧ରେ ଆମେରିକା ରାଷ୍ଟ୍ରପତି ରିଚାର୍ଡ ନିକସନ୍‌ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସମୟରେ ଭାରତ ଗସ୍ତରେ ଆସିଥିଲେ। ସେ ଭାରତରେ ୨୨ ଘଣ୍ଟା ବିତାଇ ପାକିସ୍ତାନ ଗସ୍ତରେ ଯାଇଥିଲେ। ଇନ୍ଦିରା ଗାନ୍ଧୀଙ୍କ ସହିତ ନିକସନ୍‌ଙ୍କ ସମ୍ପର୍କ ଭଲ ନ ଥିଲା। ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ସେ ଭାରତକୁ ଧମକ ଦେବା ସହିତ ପାକିସ୍ତାନ ସହାୟତା ପାଇଁ ନୌସେନା ମଧ୍ୟ ପଠାଇଥିଲେ। ତେବେ ରୁଷିଆ ଭାରତକୁ ସମର୍ଥନ କରିବାକୁ ଆମେରିକା ପଛକୁ ହଟିଥିଲା। ୧୯୭୮ ଜାନୁୟାରୀରେ ଆମେରିକା ରାଷ୍ଟ୍ରପତି ଜିମି କାର୍ଟର ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇଙ୍କ ସମୟରେ ଭାରତ ଗସ୍ତରେ ଆସିଥିଲେ। ୨୦୦୦ ମାର୍ଚ୍ଚରେ ରାଷ୍ଟ୍ରପତି ବିଲ୍‌ କ୍ଲିଣ୍ଟନ ଭାରତ ଗସ୍ତରେ ଆସିଥିଲେ। ସେ ଭାରତରେ ୫ ଦିନ ବିତାଇଥିଲେ। ସେତେବେଳେ ଭାରତରେ ପ୍ରଧାନମନ୍ତ୍ରୀ ଭାବେ ଅଟଳ ବିହାରୀ ବାଜପେୟୀଙ୍କ ସରକାରଥିଲେ। କ୍ଲିଣ୍ଟନ ଦିଲ୍ଲୀ, ଜୟପୁର, ଆଗ୍ରା, ହାଇଦ୍ରାବାଦ୍‌ ଏବଂ ମୁମ୍ବାଇ ବୁଲିଥିଲେ। ପାକିସ୍ତାନରେ ସେ ମାତ୍ର ୫ ଘଣ୍ଟା ବିତାଇ ସ୍ବଦେଶ ଫେରିଥିଲେ। ୨୦୦୬ ମାର୍ଚ୍ଚ ୧ରେ ଜର୍ଜ ଡବ୍ଲ୍ୟୁ ବୁଶ୍‌ ଭାରତ ଗସ୍ତରେ ଆସି ମାର୍ଚ୍ଚ ୩ ପର୍ଯ୍ୟନ୍ତ ରହିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସହିତ କେତେକ ବୁଣାମଣା ମଧ୍ୟ ହୋଇଥିଲା। ଭାରତ ପରମାଣୁ ଚୁକ୍ତିରେ ସ୍ବାକ୍ଷର କରିଥିଲା। ୨୦୧୦ ନଭେମ୍ବର ୬ରେ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ କାର୍ଯ୍ୟକାଳ ସମୟରେ ଆମେରିକା ରାଷ୍ଟ୍ରପତି ବାରାକ ଓବାମା ଭାରତ ଗସ୍ତରେ ଆସିଥିଲେ। ସେ ୯ ତାରିଖ ପର୍ଯ୍ୟନ୍ତ ଭାରତରେ ବିତାଇଥିଲେ। ସେହିପରି ବାରାକ ଓବାମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ୨୦୧୫ ଜାନୁୟାରୀ ୨୫ରୁ ୨୭ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସି ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହୋଇଥିଲେ। ଏବେ ଟ୍ରମ୍ପ୍‌ ୭ମ ଆମେରିକା ରାଷ୍ଟ୍ରପତି ଭାବେ ଭାରତ ଗସ୍ତରେ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri