Posted inଜାତୀୟ

୭୩ତମ ସ୍ବାଧୀନତା ଦିବସ ପାଇଁ କଡ଼ା ସୁରକ୍ଷା :ଲାଲକିଲ୍ଲାରୁ ଲାଲଚୌକ ଅଭେଦ୍ୟ

ନୂଆଦିଲ୍ଲୀ,୧୪ା୮: ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଶ୍ରୀନଗର କେନ୍ଦ୍ରସ୍ଥଳ ଲାଲଚୌକରେ ଜାତୀୟ ପତାକା ଉଡ଼ାଉଥିବେ। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ବେଳେ ଏଭଳି ଐତିହାସିକ ଚିତ୍ର ଦେଖିବାକୁ ମିଳିପାରେ। କେନ୍ଦ୍ରର ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତି ପରେ ଉପତ୍ୟକାର ସମସ୍ତ ପ୍ରମୁଖ ସ୍ଥାନରେ ତ୍ରିରଙ୍ଗା ଉଡ଼ାଇବା ଲାଗି ସ୍ଥିର କରାଯାଇଛି। ଏହାକୁ ବାସ୍ତବ ରୂପ ଦେବା ପାଇଁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କୁ ନିରାପତ୍ତାର ଗୁରୁଦାୟିତ୍ୱ ଦିଆଯାଇଛି। ସ୍ବାଧୀନତା ଦିବସରେ ଦେଶବାସୀ ପ୍ରଥମଥର ପାଇଁ ଏଭଳି ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମର ସାକ୍ଷ ହେବାକୁ ଯାଉଥିବାରୁ ଲାଲକିଲ୍ଲାରୁ ଲାଲଚୌକ ପର୍ଯ୍ୟନ୍ତ ସବୁଠି କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।
ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ପାହ୍ୟା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ହଟାଇ ଏହି ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନିଷ୍ପତ୍ତିକୁ ୮ ଦିନ ବିତିଛି। ଶନିବାର ସମଗ୍ର ଉପତ୍ୟକାରେ ଶାନ୍ତିପୂର୍ଣ୍ଣ ଭାବେ ଇଦ୍‌ ପାଳନ କରାଯାଇଥିବାବେଳେ ଆଉ ଦୁଇଦିନ ଗଲେ ସ୍ବାଧୀନତା ଦିବସ ପାଳନ କରାଯିବ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଗୁରୁବାର ଶ୍ରୀନଗର ଯାଇ ଲାଲଚୌକରେ ତ୍ରିରଙ୍ଗା ଉଡ଼ାଇବେ। ଏଥିପାଇଁ ସମଗ୍ର ଉପତ୍ୟକାରେ ଜମ୍ମୁ-କଶ୍ମୀର ପୋଲିସ, କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌), ଇଣ୍ଡୋ-ତିବ୍ବତୀୟ ବର୍ଡର ପୋଲିସ (ଆଇଟିବିପି) ଏବଂ ଅନ୍ୟ ଅର୍ଦ୍ଧସାମରିକ ସୁରକ୍ଷା ବାହିନୀ ଯବାନମାନଙ୍କୁ ମୁତୟନ କରାଯାଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ଦିଲ୍ଲୀରେ ମଧ୍ୟ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଅଧିକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଶାହଙ୍କ ଶ୍ରୀନଗର ଗସ୍ତ ନେଇ ସୁରକ୍ଷା ଦୃଷ୍ଟିରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆନୁଷ୍ଠାନିକ ଭାବେ କୁହାଯାଇ ନ ଥିଲେ ମଧ୍ୟ କାର୍ଯ୍ୟକ୍ରମ ଏକପ୍ରକାର ଚୂଡ଼ାନ୍ତ ହୋଇଥିବା ସୂତ୍ରରୁ ସୂଚନା ମିଳିଛି। ଶାହ ଲାଲଚୌକରେ ଜାତୀୟ ପତାକା ଉତ୍ତୋଳନ କରିବା ସମୟରେ ସେଠାରେ ଏନ୍‌ଏସ୍‌ଏ ଅଜିତ ଡୋଭାଲ ଉପସ୍ଥିତ ରହିବେ। ଶାହ ୧୬ ଓ ୧୭ ତାରିଖରେ ନବଗଠିତ ଅନ୍ୟ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖ ଗସ୍ତ କରିବେ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ୧୯୯୨ରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ବରିଷ୍ଠ ଭାଜପା ନେତା ମୁରଲୀ ମନୋହର ଜୋଷୀଙ୍କ ସହ ମୋଦି ଲାଲଚୌକରେ ଜାତୀୟ ପତାକା ଉଡ଼ାଇଥିଲେ। ୧୯୪୮ରେ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏଠାରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri