୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ: ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଇ-ଲାଇବ୍ରେରୀର ଉଦ୍‌ଘାଟନ କରିବା ସହ ରୁଷା ଭବନର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମ ୫ ଦିନ ଧରି ଚାଲିବ। ଉଦ୍‌ଘାଟନୀ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, ଓଡ଼ିଶା ସ୍କିଲ ଡେଭେଲପ୍‌ମେଣ୍ଟର ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ, କୂଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ରହିଛନ୍ତି। ଏଥିସହ ବିଶ୍ୱବିଦ୍ୟାଳୟର ସମସ୍ତ ପୁରାତନ ଏବଂ ଅଧ୍ୟୟନରତ ଛାତ୍ରୀଛାତୟ ଯୋଗ ଦେଇଛନ୍ତି।

ସୂଚନାଥାଉ କି, ୨୪ ତାରିଖରେ ପୁରାତନ ଛାତ୍ରୀଛାତ୍ରଙ୍କ ମହାମିଳନ ଆୟୋଜନ ହେବ। ଏଥିରେ ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ଯୋଗଦେବେ ବୋଲି ସୂଚନା ମିଳିଛି। ସକାଳ ୯ଟାରୁ ୧୦ଟା ୪୫ ପର୍ଯ୍ୟନ୍ତ ପୁରାତନ ଛାତ୍ରୀଛାତ୍ରମାନେ ସେମାନଙ୍କ ବିଭାଗ ପରିଦର୍ଶନ କରିବେ। ଆଲୁୁମିନି ବିଭାଗ ଆବାହକ ତଥା ପୂର୍ବତନ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ଅଚ୍ୟୁତ ସାମନ୍ତ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡେଇ, ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ଯୋଗଦେବେ। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ‘ଇଣ୍ଡଷ୍ଟ୍ରି ଆଣ୍ଡ ଏକାଡେମିଆ କନେକ୍ଟ: ରିସର୍ଚ୍ଚ, ପ୍ଲେସମେଣ୍ଟ ଓ କ୍ୟାମ୍ପସ ଡେଭଲପମେଣ୍ଟ’ ବିଷୟରେ ଆଲୋଚନା ହେବ। ୨୫ତାରିଖ ସକାଳେ ଅଭିଭାବକମାନେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ବିଭାଗ ଓ ହଷ୍ଟେଲ ବୁଲିବେ। ପୂର୍ବାହ୍ନରେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ନେଇ ଏକ ସମ୍ମିଳନୀ ଆୟୋଜନ ହେବ। ବିହାରସ୍ଥ ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ପ୍ରଫୁଲ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ସମ୍ମିଳନୀରେ ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଚନ୍ଦ୍ରଭାନୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସମ୍ମାନିତ ଅତିଥି ଭାବେ ପ୍ରଫେସର ଅଶୋକ ଦାସ, ଆଇଏଏସ୍‌ ମଧୁସୂଦନ ପାଢୀ ଏବଂ ଶାଶ୍ୱତ ମିଶ୍ର ଯୋଗଦେବେ। ଅପରାହ୍ନରେ ସେମାନେ ବିଭିନ୍ନ ହଷ୍ଟେଲ ଓ କ୍ୟାମ୍ପସ ବୁଲିବାର କାର୍ଯ୍ୟକ୍ରମ ରହିଛି। ୨୬ରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଲୋଚନାଚକ୍ର, ବକ୍ତୃତା, କୁଇଜ, କ୍ୟାମ୍ପସ ସଫେଇ ଓ ସାମାଜିକ ଦାୟିତ୍ୱବୋଧ ଆଦି ସଂକ୍ରାନ୍ତ କାର୍ଯ୍ୟକ୍ରମ ହେବ। ମୁଖ୍ୟ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଶେଷ ଦିବସରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଭାତ ଫେରି, ଚାରାରୋପଣ, ରକ୍ତଦାନ ଶିବିର ଆଦି କରାଯିବ। ଉଦଯାପନୀ ଉତ୍ସବରେ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଯୋଗଦେବେ। ଏହି ଅବସରରେ ଅନ୍ତର୍ଜାତୀୟ କାର୍ଯ୍ୟାଳୟର ଓ୍ବେବସାଇଟ ରୁରାଲ ଟେକ୍ନୋଲୋଜି ପାର୍କର ଉଦ୍‌ଘାଟନ କରାଯିବ ବୋଲି ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri