Posted inଫୁରସତ

୭୬ ବର୍ଷୀୟ ବୃଦ୍ଧଙ୍କ ଅଟୋ ଆମ୍ବୁଲାନ୍ସ ସେବା : ୯୦ ଦିନରେ ବଞ୍ଚାଇଛନ୍ତି ୧୦୦ ଜଣଙ୍କ ଜୀବନ

ହରଜିନ୍ଦର ସିଂହ ନାମକ ଜଣେ ୭୬ ବର୍ଷୀୟ ବୃଦ୍ଧ ଦିଲ୍ଲୀ ରାସ୍ତାରେ ଅଟୋ ଆମ୍ବୁଲାନ୍ସ ସେବା ଯୋଗାଉଛନ୍ତି। ସେ କୁହନ୍ତି, ଗତ ୩ ମାସ ଭିତରେ ୧୦୦ ଜଣଙ୍କ ଜୀବନ ବଞ୍ଚାଇଛନ୍ତି। ପ୍ରତିଦିନ ରାସ୍ତାରେ ଘଟୁଥିବା ଦୁର୍ଘଟଣାରେ ଆହତମାନଙ୍କୁ ସେବା ଯୋଗାଇଥାନ୍ତି। ଟ୍ରାଫିକ ନିୟମ ଭଙ୍ଗ କରି ସେ ଲୋକଙ୍କୁ ତୁରନ୍ତ ନେଇ ମେଡିକାଲରେ ପହଞ୍ଚାଇଥାନ୍ତି। ଅଟୋରେ ସେ ପାଷ୍ଟଏଡ୍‌ ବକ୍ସ ମଧ୍ୟ ରଖିଛନ୍ତି। ଏଥିରେ ବିଭିନ୍ନ ପ୍ରକାର ଔଷଧ ବି ରଖିଛନ୍ତି। ସାମାନ୍ୟ ଆହତ ହୋଇଥିବା ଲୋକ ଏଥିରୁ ଆରୋଗ୍ୟ ହୋଇଥାନ୍ତି। ଗୁରୁତର ରୋଗୀଙ୍କୁ ମାଗଣାରେ ସେ ନେଇ ମେଡିକାଲରେ ପହଞ୍ଚାଇ ଦିଅନ୍ତି। ରାସ୍ତାରେ ଦୁର୍ଘଟଣା ଘଟିବା ସମୟରେ ଲୋକେ ଭିଡିଓ ପ୍ରସ୍ତୁତ କରିବାରେ ବ୍ୟସ୍ତ ଥିବାବେଳେ କାଳବିଳମ୍ବ ନ କରି ହରଜିନ୍ଦର ଆହତଙ୍କୁ ନେଇ ମେଡିକାଲରେ ପହଞ୍ଚାଇ ଦିଅନ୍ତି। ହରଜିନ୍ଦର ଦିଲ୍ଲୀର ଭଜନାପୁରରେ ସପରିବାର ରହୁଛନ୍ତି। ସକାଳ ୮ଟାରୁ ସେ ନିତ୍ୟକର୍ମ ସାରି ଅଟୋ ଧରି ବାହାରି ପଡ଼ନ୍ତି। ଏପରିକି ଔଷଧ ଏବଂ ମେଡିକାଲ ଖର୍ଚ୍ଚ ସେ ନିଜେ ବହନ କରିଥାନ୍ତି। ଏଥିପାଇଁ ସେ ଅଟୋରେ ଏକ ଦାନବାକ୍ସ ରଖିଛନ୍ତି। ଏଥିରୁ ମିଳୁଥିବା ଅର୍ଥକୁ ସେ ଦୁର୍ଘଟଣାଗ୍ରସ୍ତ ଲୋକଙ୍କ ଚିକିତ୍ସାରେ ଖର୍ଚ୍ଚ କରିଥାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri