୮ ଓଏଏସ୍‌ ଅଧିକାରୀଙ୍କୁ ଅତିରିକ୍ତ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୧୨।୨(ବ୍ୟୁରୋ):ରାଜ୍ୟ ସରକାର ୮ ଜଣ ଓଏଏସ୍‌ (ସୁପରିୟର ଆଡମିନିଷ୍ଟ୍ରେଟିଭ ଗ୍ରେଡ) ଅଫିସରଙ୍କୁ ସ୍ପେଶାଲ ସେକ୍ରେଟାରି ର଼୍ୟାଙ୍କକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଓଏଏସ୍‌(ଏସଏଏଜି) ଅଫିସର ଅଭୟ କୁମାର ମହାନ୍ତିଙ୍କୁ ପଦୋନ୍ନତି ପରେ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବ୍ରତତୀ ହରିଚନ୍ଦନଙ୍କୁ ଏସ୍‌ଏସ୍‌ଇପିଡି ନିର୍ଦ୍ଦେଶିକା, ମନ୍ମଥ କୁମାର ବିଶ୍ୱାଳଙ୍କୁ ଏମ୍‌ଏସ୍‌ଏମ୍‌ଇ ଅତିରିକ୍ତ ସଚିବ ସହ ବିଜ୍ଞାନ ଓ ବୈଷୟିକ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ନରେନ୍ଦ୍ର କୁମାର ମନ୍ତ୍ରୀଙ୍କୁ ସୂଚନା ଅଧିକାର କମିଶନଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ବିରଞ୍ଚିନାରାୟଣ ମହାନ୍ତିଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ, ଲକ୍ଷ୍ମୀଧର ମହାନ୍ତିଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ, ରାଜା ପରିଜାଙ୍କୁ ଏସ୍‌ସି/ଏସ୍‌ଟି, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ ସମ୍ପ୍ରଦାୟ ବିଭାଗର ନିର୍ଦ୍ଦେଶକ ଏବଂ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କୁ ପିଏ ବିଭାଗ ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri