୮ ଜିଲାରେ ସୁନାର ସନ୍ଧାନ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଭାରତୀୟ ଭୂତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଦିଆଯାଇଥିବା ସୂଚନାକୁ ଆଧାରକରି ରାଜ୍ୟ ସରକାର ଏହି ତଥ୍ୟ ସୋମବାର ବିଧାନସଭାରେ ରଖିଛନ୍ତି। ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି ଯେ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଅନୁଗୋଳ ଏବଂ ବୌଦ୍ଧରେ ସୁନା ଥିବାର ସୂଚନା ମିଳିଛି।
କେନ୍ଦୁଝର ଜିଲାର ସଲେଇକଣା, ଡିମିରିମୁଣ୍ଡା, କାରଡଙ୍ଗା, ଗୋପୁର, ଗଜାଇପୁର, କୁଶକଲା ଏବଂ ଅଦଲାରେ ସୁନାର ସନ୍ଧାନ ମିଳିଛି। ମୟୂରଭଞ୍ଜର ଯଶୀପୁର, ସୁରେଇଗୁଡା, ରୁଆସିଁ, ଇଡେଲାକୁଚ, ମରେଦିହି, ସୁରେଇପାଟ ପର୍ବତ ଏବଂ ବାଦାମ ପାହାଡ଼ରେ ସୁନା ଥିବା କୁହାଯାଇଛି। ସୁନ୍ଦରଗଡ଼ର ଦିଗଝରଣ, ମାଳଦିହି, ଗୋଗର ଏବଂ ଗିରିଙ୍ଗାକେଲାରେ ସୁନାର ସନ୍ଧାନ ମିଳିଛି। ନବରଙ୍ଗପୁରର କାରକା, କୋରାପୁଟର ରଙ୍ଗପାଟଣା, ଗରିଆ, ଦଶମନ୍ତପୁର, କୋଲାରୁ ଅଞ୍ଚଳ ଏବଂ କୋଲାବ ନଦୀର ତଟବର୍ତ୍ତୀ ଅଞ୍ଚଳରୁ ସୁନାର ସନ୍ଧାନ ମିଳିଛି। ମାଲକାନଗିରିର ସୁନାପଦର, କ୍ୟାଙ୍ଗ୍‌ ଏବଂ ଗୋବିନ୍ଦପାଲି, ଅନୁଗୋଳର ଟିକିରା, ସାମକୋଇର ଉପତ୍ୟକା ଏବଂ ବୌଦ୍ଧ ଜିଲାର ମହାନଦୀ ଉପତ୍ୟକାରେ ସୁନାର ସନ୍ଧାନ କରାଯାଇଥିବା ଜଣାପଡିଛି। ସର୍ଭେ ସମୟରେ ଜଣାପଡ଼ିଛି ଯେ, ବ୍ୟାପକ ଅଞ୍ଚଳରେ କ୍ଷୁଦ୍ର ସୁନାଖଣି ରହିଥିବାରୁ ସେଥିରୁ ଏହି ହଳଦିଆ ବସ୍ତୁ ଉତ୍ତୋଳନ କରିବା ଆର୍ଥତ୍କ ଦୃଷ୍ଟିରୁ ଲାଭଦାୟକ ହେବନାହିଁ। ତେଣୁ ସରକାର ଏଯାଏ ସୁନାଖଣି ଖୋଳିବା ନେଇ କୌଣସି ପଦକ୍ଷେପ ନେଇନାହାନ୍ତି ବୋଲି ମନ୍ତ୍ରୀ ମଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri