୮ ଦଫା ଦାବିପତ୍ର ଦେଲେ ଏଆଇଏସ୍‌ଏଫ୍‌ ଛାତ୍ରୀଛାତ୍ର

ବଡବିଲ, ୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ କଲେଜ ସମ୍ମୁଖରେ ଅଲ୍‌ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ(ଏଆଇଏସଏଫ୍‌) ବଡବିଲ ଶାଖା ତରଫରୁ ସୋମବାର ନିଆରା ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧି ୮ ଦଫା ଦାବିରେ ପ୍ଲା-କାର୍ଡ ପ୍ରଦର୍ଶନ ପୂର୍ବକ ମୌନ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ସୂଚନା ଅନୁଯାୟୀ, ଏଆଇଏସଏଫ୍‌ ବଡବିଲ ଶାଖାର ସମ୍ପାଦିକା ରିତୁ ପ୍ରସାଦ ଓ ଉପସଭାପତି ଆର଼୍ୟାନ ଜୟସ୍ବାଲଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭରେ ପ୍ରାୟ ୨୦ ଜଣ ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ଦାବୀ ଗୁଡିକ ମଧ୍ୟରୋ ରାଜ୍ୟର ସମସ୍ତ ସ୍କୁଲ-କଲେଜ ଫି ଏକ ବର୍ଷ ପର୍ଯ୍ୟନ୍ତ ଛାଡ କରିବା, ଘରୋଇ କୋଚିଂ ସେଣ୍ଟରକୁ ବ୍ୟାନ କରିବା, ଶିକ୍ଷାକୁ ମୌଳିକ ଅଧିକାର ରୂପେ ଗ୍ରହଣ କରିବା, ସମଗ୍ର ଦେଶରେ ସମାନ ଶିକ୍ଷା ବ୍ୟବସ୍ଥା ଲାଗୁ କରିବା, ସବୁ କ୍ୟାମ୍ପସରେ ମାଗଣା ୱାଇ-ଫାଇ ସୁବିଧା ଆଦି ଅନ୍ତର୍ଭୁକ୍ତ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri