Posted inବରଗଡ଼

୮ ଦିନ ଅନ୍ଧାରରେ କୁଲିତାଟୁକୁରା ଗ୍ରାମବାସୀ; ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୧୧।୫-ବରଗଡ଼ ଜିଲା ଅତାବିରା ବ୍ଲକ ଲରମ୍ଭା ସେକ୍ସନ କୁଲିତା ଟୁକୁରା ଗ୍ରାମର ବିଦ୍ୟୁତ ଟ୍ରାନ୍ସଫର୍ମର ଗତ ୮ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଗ୍ରାମରେ ପାନୀୟଜଳ ଯୋଗାଣ ଠପ୍‌ ପଡ଼ିଥିବାବେଳେ ସେଠାରେ ଥିବା କ୍ବାରାଣ୍ଟାଇନ ସେଣ୍ଟର ମଧ୍ୟ ବିଦ୍ୟୁତ ସେବାରୁ ବଞ୍ଚିତ ହୋଇଛି। ଏହାସହିତ ଛାତ୍ରୀଛାତ୍ରଙ୍କ ଅନଲାଇନ ପାଠପଢ଼ା ବ୍ୟାହତ ହୋଇପଡ଼ିଛି। ଏ ନେଇ ଗ୍ରାମବାସୀ ବାରମ୍ବାର ସ୍ଥାନୀୟ ୱେସ୍କୋ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି। ପ୍ରତିବାଦରେ ସୋମବାର ଗ୍ରାମବାସୀ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମିର୍ଧା ଟପ୍ପୋଙ୍କୁ ସେମାନେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ନୂତନ ଟ୍ରାନ୍ସଫର୍ମର ସ୍ଥାପନ ସହିତ ଗ୍ରାମକୁ ତୁରନ୍ତ ବିଦ୍ୟୁତ ସଂଯୋଗ କରିବାକୁ ଗ୍ରାମବାସୀ ସ୍ମାରକପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?