Posted inଜାତୀୟ

୮ ଦିନ ଭିତରେ ତୃତୀୟ ମାନହାନି ମାମଲା ସାମ୍ନା: ଆଜି ଅହମହଦାବାଦ କୋର୍ଟରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ, ୧୨।୭: ଲାଗୁଛି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମୟ ଏବେ ଭଲ ନାହିଁ। ଗୋଟିଏ ପରେ ଗୋଟିଏ ଖରାପ ଖବରର ତାଙ୍କୁ ସାମ୍ନା କରିବାକୁ ପଡୁଛି। ଲୋକସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଏବେ ଅନେକ ଗୁଡ଼ିଏ ମାନହାନି ମାମଲାର ରାହୁଲ ସାମ୍ନା କରୁଛନ୍ତି। ଗତ ୮ଦିନ ଭିତରେ ୩ଟି ମାନହାନି ମକଦ୍ଦମାର ସାମ୍ନା କରିସାରେଲଣି ରାହୁଲ। ପ୍ରଥମ ଦୁଇଟିରେ ସେ ଜାମିନ ପାଇସାରିଥିବାବେଳେ ଶୁକ୍ରବାର ଅହମଦାବାଦ କୋର୍ଟରେ ହାଜର ହେବେ। ସୂଚନାଯୋଗ୍ୟ, ନୋଟବନ୍ଦୀ ସମୟରେ ଅହମଦାବାଦ ଜିଲା କୋପରେଟିଭ ବ୍ୟାଙ୍କ ୭୪୫.୫୯ କୋଟି ଟଙ୍କାର କଳା ଟଙ୍କାକୁ ଧଳା କରିଛି ଅଭିଯୋଗ କରିଥିଲେ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେୱାଲା। ପରେ ବ୍ୟାଙ୍କ ଏବଂ ବ୍ୟାଙ୍କର ଅଧ୍ୟକ୍ଷ ଏପରି ଅଭିଯୋଗକୁ ଖଣ୍ଡନ କରିଥିଲେ ଏବଂ ଏହି ଦୁଇ କଂଗ୍ରେସ ନେତାଙ୍କ ବିରୋଧରେ ମାନହାନି ମକଦ୍ଦମା ରୁଜୁ କରିଥିଲେ। ଏପ୍ରିଲ ୯ରେ ଉଭୟଙ୍କୁ ଅହମଦାବାଦ କୋର୍ଟ ନୋଟିସ ପଠାଇଥିଲେ। ମେ ୨୭ରେ ରାହୁଲଙ୍କୁ ହାଜର ହେବା ପାଇଁ ନୋଟିସ ହୋଇଥିଲା କିନ୍ତୁ ସେ ହାଜର ହେବା ପାଇଁ ଅଧିକ ସମୟ ମାଗିଥିଲେ। ପରେ ଆଜି କୋର୍ଟରେ ହାଜର ହୋଇ ଉଭୟ ରାହୁଲ ଏବଂ ସୁରଜେୱାଲା ନିଜ ପକ୍ଷ ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri