Posted inଖେଳ

୮ ଫୁଟ୍‌ବଲ ଖେଳାଳି କରୋନା ପଜିଟିଭ୍‌

ମେକ୍ସିକୋ ସିଟି, ୨୨ା୫ (ଏଏଫ୍‌ପି)- ମେକ୍ସିକୋର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଟିମ୍‌ ସାଣ୍ଟୋସ୍‌ ଲାଗୁନାର ୮ଜଣ ଖେଳାଳି କରୋନା ପଜିଟିଭ୍‌। ଫଳରେ ୨ ମାସ ସସ୍‌ପେଣ୍ଡ ପରେ ନ୍ୟାଶନାଲ ଲିଗ୍‌ ଆରମ୍ଭ କରିବା ଲାଗି ଯେଉଁ ଯୋଜନା ଚାଲିଛ ତାହା କାର୍ଯ୍ୟକାରୀ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ମେକ୍ସିକାନ ଲିଗ୍‌ ଲିଗା ଏମ୍‌ଏକ୍ସ ଚଳିତ ସପ୍ତାହ ଶେଷ ଭାଗରେ ଆରମ୍ଭ ହେବ ବୋଲି ଆଶା କରାଯାଉଥିଲା। ଟ୍ରେନିଂ ଆରମ୍ଭ ପୂର୍ବରୁ କରୋନାଭାଇରସ୍‌ ଟେଷ୍ଟ ହୋଇଥିଲା। ଏହି ପରିସ୍ଥିତିରେ ପୁଣି ଲିଗ୍‌ ଆରମ୍ଭ କରିବା ଜଟିଳ ହୋଇପଡ଼ିବ ବୋଲି ସାଣ୍ଟୋସ ଲାଗୁନା ମାଲିକ ଆଲେଜାଣ୍ଡ୍ରୋ ଇରାରାଗୋରୀ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଖେଳାଳି ଓ କୋଚ୍‌ ମିଶି ୪୮ ଜଣଙ୍କର ଟେଷ୍ଟ ହୋଇଥିଲା। ତନ୍ମଧ୍ୟରୁ କେବଳ ୨୨ଟିର ଫଳାଫଳ ଆସିଛି। ଯଦି କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଏ ତେବେ ସାଣ୍ଟୋସ ଲାଗୁନାର ଅବସ୍ଥା ଆହୁରି ଖରାପ ହୋଇଯିବ। ଅନ୍ୟ ଦୁଇଟି କ୍ଲବ ଗୁଆଡାଲାରାଜା ଓ ମଣ୍ଟେରୀ ଫୁଟ୍‌ବଲ ଟିମ୍‌ର କରୋନାଭାଇରସ୍‌ ଟେଷ୍ଟ ହୋଇଥିଲା। ମାତ୍ର ଫଳାଫଳା ସମ୍ପୂର୍ଣ୍ଣ ନେଗେଟିଭ୍‌ ଆସିଥିଲା। କରୋନାଭାଇରସ୍‌ରେ ଆକ୍ରାନ୍ତ ହୋଇ ମେକ୍ସିକୋର ଇତିମଧ୍ୟରେ ୬,୦୦୦ରୁ ଅଧିକ ମୃତ୍ୟୁବରଣ କରିସାରିଲେଣି। ଲାଟିନ ଆମେରିକାରେ ବ୍ରାଜିଲ ପରେ ଏହା ହେଉଛି ଦ୍ୱିତୀୟ ସର୍ବାଧିକ। କୌଣସି ଗୁରୁତର ଲକ୍ଷଣ ନ ଥାଇ ଲିଗ୍‌ର ସଭାପତି ଏନରିକ୍‌ ବୋନିଲା କରୋନା ଭାଇରସ୍‌ର ଶିକାର ହେବାର ସପ୍ତାହ ନ ପୂରୁଣୁ ମାର୍ଚ୍ଚ ମଧ୍ୟ ଭାଗରେ ଲିଗା ଏମ୍‌ଏକ୍ସକୁ ସ୍ଥଗିତ ରଖାଯାଇଥିଲା। ମେକ୍ସିକାନ ଲିଗ୍‌ର ଅନ୍ୟ ଏକ କ୍ଲବ ସାନ୍‌ ଲୁଇସ୍‌ର ସଭାପତି ମଧ୍ୟ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri