୮ ମାସ ହେଲା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଅଚଳ

କଣ୍ଟାମାଳ,୨୫ା୩ (ଡି.ଏନ.ଏ.) ବୌଦ୍ଧ ଜିଲା ଘିକୁଣ୍ଡି ପଞ୍ଚାୟତର ଆମ୍ବଗହଣାରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ଏଠିକାର ଜଳଯୋଗାଣ ବ୍ୟବସ୍ଥା ଅଚଳ ହୋଇ ପଡିଥିଲେ ବି ବିଭାଗୀୟ ଅବହେଳାରୁ ଏହା ସଜଡା ଯାଇ ପାରୁନାହିଁ। ଖରାଦିନ ପାଖେଇ ଆସିଥିବାରୁ ପାନୀୟ ଜଳ ପାଇଁ ଆମ୍ବଗହଣାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହି ଗାଁରେ ମୋଟ ଜନସଂଖ୍ୟା ୧୭ଶହ ହୋଇଥିବା ବେଳେ ମାତ୍ର ୩ ଟି ନଳକୂପ କାର୍ଯ୍ୟକ୍ଷମ ରହିଛି। ବାକି ୪ ନଳକୂପ ଅଚଳ ହୋଇ ପଡିରହିଛି। ନିକଟରେ ତେଲନଦୀ ଥିଲେ ମଧ୍ୟ ଏହି ନଦୀରେ ଧାର ଶୁଖି ଯାଇଥିବାରୁ ଶୌଚ ହେବା ପାଇଁ ମଧ୍ୟ ଗ୍ରାମବାସୀଙ୍କୁ ନଳକୂପ ଉପରେ ନିର୍ଭର କରିବାକୁ ପଡୁଛି। ତେବେ ୨୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଦୀର୍ଘ ୮ ମାସ ହେଲା ଅଚଳ ହୋଇ ପଡିଛି। ପାଣି ଉଠାଉଥିବା ମୋଟର ପୋଡିଯିବା ପରେ ଏହାର ମରାମତି ହୋଇପାରିନାହିଁ। ପାଣି ଯୋଗାଣ ପାଇଁ ନିର୍ମିତ ପୋଷ୍ଟଗୁଡିକ ମଧ୍ୟ ଭାଙ୍ଗିି ଗଲାଣି। ଏହାର ମରାମତି ପାଇଁ ଗ୍ରାମବାସୀ ବାରାମ୍ବାର ଦାବି କରି ଆସୁଥିଲେ ମଧ୍ୟ ବିଭାଗ ନୀରବଦ୍ରଷ୍ଟା ସାଜିଛି। ଏନେଇ ଗାଁ ମହିଳା ସୁମତି ମହାଲିକ କହିଛନ୍ତି ଯେ , କାଁ କରବ ଯେତେ ହାରି ଗୁହାରୀ କଲେ କେହି ନାଇଁ ଶୁନବାର। ପାନୀର ଲାଗି ଗାଁଲୋକ ଗୁଲଗୁଲା ହେଉଛୁ। ଅପରପକ୍ଷରେ ଗ୍ରାମ୍ୟ ପାନୀୟ ଜଳ ବିଭାଗର ଯନ୍ତ୍ରୀ ପ୍ରଦୀପ କୁମାର ଜେନାଙ୍କୁ ଯୋଗାଯୋଗ କରିବାରେ ଅଚଳ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବା ଦିଗରେ ଯଥାଶୀଘ୍ର ବିହିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri