Posted inଜାତୀୟ

୮ ମାସ ୮ ତାରିଖ ସନ୍ଧ୍ୟା ୮ଟାରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବେତାର କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିବେ। ୮ ମାସ ୮ ତାରିଖ ଓ ସନ୍ଧ୍ୟା ୮ଟାରେ ଏହି କାର୍ଯ୍ୟକ୍ରମ ପ୍ରଚାର କରାଯିବାକୁ ଥିବା ବେଳେ ଏହାକୁ ନେଇ କିଛି ସ୍ବତନ୍ତ୍ରତା ଥିବା ଆଲୋଚନା ହେଉଛି। ସୋସିଆଲ ମିଡିଆରେ ଲୋକେ ପୁଣିଥରେ ନଭେମ୍ବର ୮ ରାତି କଥା ମନେପକାଇ ଲେଖିଛନ୍ତି ବନ୍ଧୁଗଣ ଆଜି ପୁଣି ରାତି ୮ଟାରେ ଆସିବେ ମୋଦି। କାରଣ ୨୦୧୬ ନଭେମ୍ବର ୮ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଥିଲେ କି ଆଜିଠାରୁ ୫ଶହ ୧ହଜାର ଟଙ୍କିଆ ନୋଟ୍‌ ଆଉ ଚଳିବ ନାହିଁ। ଯାହା ପରବର୍ତ୍ତି ସମୟରେ ଲୋକଙ୍କୁ ବହୁ ଅସୁବିଧାରେ ପକାଇଥିଲା। ହେଲେ ଏଥର ମୋଦି ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ ୩୫ଏ ହଟାଇବାକୁ ନେଇ ସରକାରଙ୍କ ପକ୍ଷ ରଖିବେ ବୋଲି ଅନୁମାନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ମୋଦି ପ୍ରଥମଥର ଲାଗି ଦେଶକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri