Posted inଖେଳ

୮ ରନରେ ମାଳଦ୍ୱୀପ ଅଲ୍‌ଆଉଟ ଖାତା ଖୋଲିପାରିଲେନି ୯ଜଣ

ପୋଖରା (ନେପାଳ),୮।୧୨(ପି.ଟି)- ମାଳଦୀପ ମହିଳା କ୍ରିକେଟ ଦଳ ମାତ୍ର ୯ ରନରେ ଅଲଆଉଟ ହୋଇ ଏକ ବିରଳ ତଥା ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛି। ଏଠାରେ ଚାଲିଥିବା ୧୩ତମ ସାଉଥ୍‌ ଏସିଆନ ଗେମ୍ସରେ ତୃତୀୟ ସ୍ଥାନ ପ୍ଲେ- ଅଫ୍‌ରେ ଘରୋଇ ନେପାଳ ବିପକ୍ଷ ଟି୨୦ ମ୍ୟାଚ୍‌ରେ ମାଳଦ୍ୱୀପ ଏହି ଦୟନୀୟ ପ୍ରଦର୍ଶନ କରିଛି। ଏହା ମହିଳା ଟି୨୦ ଅନ୍ତର୍ଜାତୀୟ ଇତିହାସରେ ଦ୍ୱିତୀୟ ସର୍ବନିମ୍ନ ସ୍କୋର ସାବ୍ୟସ୍ତ ହୋଇଛି। ଏହା ପୂର୍ବରୁ ଗତ ଜୁନ୍‌ରେ ରଓ୍ବାଣ୍ଡା ବିପକ୍ଷରେ ମାଲି ମାତ୍ର ୬ ରନରେ ଆଉଟ ହୋଇ ରେକର୍ଡ ସର୍ବନିମ୍ନ ସ୍କୋର କରିଥିଲା।
ଟସ୍‌ ଜିତି ମାଳଦୀପ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମୋ ୮ରୁ ୭ ରନ୍‌ ଅତିରିକ୍ତ ରହିଥିଲା। ଏହି ଅତିରକ୍ତ ରନ୍‌ଗୁଡିକ ଓ୍ବାଇଡ ବଲରୁ ହିଁ ଆସିଥିଲା। ଓପନର ଅଇମା ଅଇଶାଥ ଏକମାତ୍ର ରନ ସଂଗ୍ରହ କରିଥିଲେ। ବାକି ୯ଜଣ ଶୂନରେ ଆଉଟ ହୋଇଥିଲେ। ଦଳ ୧୧.୩ ଓଭରରେ ଅଲଆଉଟ ହୋଇଥିଲା। ତେବେ ଅଧିନାୟିକା ଜୁନା ମାରିୟାମ ୧୬ଟି ବଲ ଖେଳି ଅଧିକ ସମୟ କ୍ରିଜ୍‌ରେ ରହିଥିଲେ। ସେ ବିନା ସ୍କୋରରେ ନେପାଳର କରୁନା ଭଣ୍ଡାରୀଙ୍କ ଦ୍ୱାରା ବୋଲ୍ଡ ହୋଇଥିଲେ। ନେପାଳ ତରଫରୁ ଅଞ୍ଜଳୀ ଚାନ୍ଦ ୧ ବୟ କରି ସର୍ବାଧିକ ୪ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ନେପାଳ ଓପନର କାଜଲ ଶ୍ରେଷ୍ଠ ଓ ରୋମା ଥାପ୍ପା ୭ଟି ବଲ୍‌ ଖେଳି ଦଳକୁ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri